ରାଜ୍ୟ

ପାରାଦୀପ-ଏରସମା ଅଭିମୁଖେ ଦାମଙ୍କ ପାର୍ଥିବ ଶରୀର – Ibnodisha

[ad_1]

ଭୁବନେଶ୍ୱର : ପାରାଦୀପ-ଏରସମା ଅଭିମୁଖେ ଡାକ୍ତର ଦାମ ରାଉତଙ୍କ ପାର୍ଥିବ ଶରୀର। ପୁରୀ ସ୍ଵର୍ଗଦ୍ଵାରରେ ହେବ ଶେଷକୃତ୍ୟ। ପାରାଦୀପ ଯିବା ରାସ୍ତାରେ ପ୍ରଥମେ ରଘୁନାଥପୁରରେ କିଛି ସମୟ ରହିବ ଦାମଙ୍କ ପାର୍ଥିବ ଶରୀର। ସେଠାରୁ ତିର୍ତ୍ତୋଲରେ କିଛି ସମୟ ରହିବା ପରେ କୁଜଙ୍ଗ ବଜାରରେ ଶେଷ ଦର୍ଶନ ଲାଗି କିଛି ସମୟ ଲାଗି ଅଟକିବ। ପାରାଦ୍ଵୀପରେ ପରିକ୍ରମା ସହିତ ବିଜୁପଟ୍ଟନାୟକ ମେମୋରିଆଲ ଟ୍ରଷ୍ଟରେ ଶେଷ ଦର୍ଶନ ଲାଗି ରହିବ ପାର୍ଥିବ ଶରୀର। ସେଠାରୁ ଏରସମା ପରିକ୍ରମା ପରେ ପୁରୀ ସ୍ଵର୍ଗଦ୍ଵାର ଅଭିମୁଖେ ବାହାରିବ ଦାମୋଦର ରାଉତଙ୍କ ପାର୍ଥିବ ଶରୀର। ପୂର୍ବରୁ ବିଧାନସଭାରେ ଦିଆଯାଇଥିଲା ଗାର୍ଡ ଅଫ୍ ଅନର। ଶଙ୍ଖ ଭବନରେ ଶ୍ରଦ୍ଧାଞ୍ଜଳି ଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କୁ ଶେଷ ଦର୍ଶନ କରି ଜଣାଇଥିଲେ ଶ୍ରଦ୍ଧାଞ୍ଜଳି।
୮୨ ବର୍ଷ ବୟସରେ ଡାକ୍ତର ଦାମୋଦର ରାଉତଙ୍କ ପରଲୋକ ଘଟିଛି। ଚିକିତ୍ସାଧୀନ ଅବସ୍ଥାରେ ଏକ ଘରୋଇ ହସପିଟାଲରେ ତାଙ୍କର ପରଲୋକ ଘଟିଛି। ଓଡ଼ିଶା ରାଜନୀତିର ପିତାମହ ଭୀଷ୍ମ ଭାବେ ପରିଚିତ ଥିଲେ ଡାକ୍ତର ଦାମୋଦର ରାଉତ । ସେ ୭ ଥରର ବିଧାୟକ ଓ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ। ୧୯୭୭ ମସିହାରୁ ୨୦୧୯ ମସିହା ପର୍ୟ୍ୟନ୍ତ ସେ ୭ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button