ରାଜନୀତି

ବିଜେପିରେ ସାମିଲ ହେଲେ କେନ୍ଦ୍ରାପଡା ପୂର୍ବତନ ସାଂସଦ ଅର୍ଚ୍ଚନା ନାୟକ – Ibnodisha

[ad_1]

ଭୁବନେଶ୍ୱର : ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଏବଂ ଭାରତୀୟ ଜନତା ପାର୍ଟି ପ୍ରତି ଦେଶବାସୀ ତଥା ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇ ଚାଲିଛି । ଓଡିଶାରେ ଛାୟା ସରକାରର ଶାସନ ଚାଲିଛି ଏବଂ ଏହା ବିତାଡିତ ହେବା ଆବଶ୍ୟକ । ଆଗାମୀ ଦିନରେ ଓଡ଼ିଶାରେ ମଧ୍ୟ ଏହା ନିଶ୍ଚିତ ପ୍ରତିଫଳିତ ହେବ । ରାଜ୍ୟରେ ଭାରତୀୟ ଜନତା ପାର୍ଟି ହିଁ ଓଡ଼ିଶାରେ ଏକମାତ୍ର ବିକଳ୍ପ । ମୋଦି ସରକାର ଏବଂ ମୋଦି ଗ୍ୟାରେଂଟି ଉପରେ ଓଡିଶାବାସୀଙ୍କ ଆସ୍ଥା ବୃଦ୍ଧି ପାଇଚାଲିଛି । ଆଜିର ଏହି ମିଶ୍ରଣ ପର୍ବ ପାର୍ଟିର ସଂଗଠନକୁ ଆହୁରି ସୁଦୃଢ କରିବ । ମୋଦିଜୀଙ୍କ ହାତମୁଠାକୁ ସୁଦୃଢ଼ କରିବା ପାଇଁ ସମସ୍ତ ବର୍ଗର ଲୋକେ ବିଜେପିକୁ ଆପଣାଉଛନ୍ତି । ଓଡିଶାର ବିକାଶ ପାଇଁ ଆମେ କାର୍ଯ୍ୟ କରିବା ବୋଲି ସଂକଳ୍ପ ନେବା । ମୋଦିଜୀଙ୍କ ହାତମୁଠାକୁ ସୁଦୃଢ଼ କରିବା ପାଇଁ ୮୯୮୦୮୦୮୦୮୦ ନମ୍ବରରେ ଡାୟାଲ କରି ବିଜେପିର ସଦସ୍ୟ ହୁଅନ୍ତୁ ବୋଲି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ କହିଛନ୍ତି । ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ କେନ୍ଦ୍ରାପଡା ପୂର୍ବତନ ସାଂସଦ ଶ୍ରୀମତୀ ଅର୍ଚ୍ଚନା ନାୟକ ଆନୁଷ୍ଠାନିକଭାବେ ବିଜେପିରେ ସାମିଲ ହୋଇଛନ୍ତି । ସେହିପରି ଡେରାବିଶ ବ୍ଲକର ପୂର୍ବତନ ବ୍ଲକ ଚେୟାରମ୍ୟାନ ତଥା ବିଜେଡି ନେତା ସରୋଜକାନ୍ତ ସାହୁ ଏବଂ ପ୍ରଭାତୀ ମଲ୍ଲିକ, ଡ.ପ୍ରିୟବ୍ରତ ମିଶ୍ର ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହେଲେ ।

ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁଶାସନ, ଗରୀବ କଲ୍ୟାଣ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ପୂର୍ବତନ ରାଜ୍ୟ ସଭାପତି କେ.ଭି ସିଂହଦେଓ, ସାଂସଦ ଅପରାଜିତା ଷଡଙ୍ଗୀ ପ୍ରମୁଖ ନେତୃବୃନ୍ଦ ସମସ୍ତ ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ କରିଥିଲେ । ଏହି ମିଶ୍ରଣ ପର୍ବରେ ବିଧାୟକ ପ୍ରଦୀପ ପାଣିଗ୍ରାହୀ, ରାଜ୍ୟ ସାଧାରଣ ସମ୍ପାଦକ ଡ.ଯତୀନ ମହାନ୍ତି, ରାଜ୍ୟ ସଂପାଦକ ସରୋଜ କର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିନୋଦ ଦାସ, ବିଷ୍ଣୁ ଦାସ, ଜିଲ୍ଲା ସଭାପତି କିଶୋର ପଣ୍ଡା, ରାଜ୍ୟ ମୁଖପାତ୍ର ତେଜେଶ୍ୱର ପରିଡା, ସାମାଜିକ ଗଣମାଧ୍ୟମ ମୁଖ୍ୟ ଉମାକାନ୍ତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button