ରାଜ୍ୟ

ଗାଁକୁ ରାସ୍ତା ନଥିବାରୁ ୨ କିଲୋମିଟର ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ – Ibnodisha

[ad_1]

ଗଜପତି: ପୁଣି ସାମ୍ନାକୁ ଆସିଲା ଜନନୀ ଯନ୍ତ୍ରଣାର କରୁଣ ଚିତ୍ର। ଗଜପତି ଜିଲ୍ଲା ମୋହନା ଜକରାପଲ୍ଲୀ ଗାଁରେ ଅଭାବନୀୟ ଘଟଣା ଘଟିଛି। ଗାଁକୁ ରାସ୍ତା ନଥିବାରୁ ୨ କିଲୋମିଟର ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା ।

ସୂଚନା ମୂତାବକ ଗାଁର ଅମ୍ବିକ ରଇତଙ୍କ ପ୍ରସବ ଯନ୍ତ୍ରଣା ହେବାରୁ ସ୍ଥାନୀୟ ଲୋକ ୧୦୮ ଆମ୍ବୁଲାନ୍ସକୁ ଖବର ଦେଇଥିଲେ । ହେଲେ ଭଲ ରାସ୍ତା ନଥିବାରୁ ଆମ୍ବୁଲାନ୍ସ ଅଧା ରାସ୍ତାରେ ଅଟକି ଯାଇଥିଲା । ପରେ ଆଶା କର୍ମୀ ଓ ଆମ୍ବୁଲାନ୍ସ କର୍ମଚାରୀ ଗ୍ରାମବାସୀଙ୍କ ସହାୟତାରେ ଗର୍ଭବତୀଙ୍କୁ ଷ୍ଟ୍ରେଚରରେ ନଦୀ ପାର କରି ଆମ୍ବଲାନ୍ସ ଯାଏ ଆଣିଥିଲେ । ସେଠାରୁ ତାଙ୍କୁ ମେଡିକାଲକୁ ନିଆଯାଇଥିଲା ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button