ରାଜ୍ୟ

ଆଜିି ଶ୍ରୀଜିଉଙ୍କ ବନକଲାଗି ନୀତି, ୪ଘଣ୍ଟା ଦର୍ଶନ ବନ୍ଦ – Ibnodisha

[ad_1]

ପୁରୀ : ଆଜି ଫାଲଗୁନ ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥିରେ ପୁରୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବନକଲାଗି ନୀତି। ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ୱ ଦେବାଦେବୀଙ୍କ ଦର୍ଶନ କରିପାରିବେ ଭକ୍ତ। ବନକଲାଗି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧନରେ ଶ୍ରୀବିଗ୍ରହ ମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button