ରାଜ୍ୟ

ଓଲଟିଲା ଯାତ୍ରୀବାହୀ ବସ୍‌ : ଜଣେ ମୃତ – Ibnodisha

[ad_1]

କୋରାପୁଟ : ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଇ ଓଲଟିପଡିଲା ଯାତ୍ରୀବାହୀ ବସ୍‌। କୋରାପୁଟ ସଦର ଥାନା ପୋଡାଗଡ ନିକଟରେ ଏକ ଘରୋଇ ଯାତ୍ରୀବାହୀ ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଇ ଓଲଟି ପଡ଼ିବାରୁ ଜଣଙ୍କର ମୃତ୍ୟୁ ହୋଇଛି। ଏଥିରେ ୧୦ ଯାତ୍ରୀ ଗୁରୁତର ହୋଇଥିବା ବେଳେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି। ବସ୍‌ଟି ମାଲକାନଗିରିରୁ ବ୍ରହ୍ମପୁର ଆସୁଥିଲା। ୩୨୬ ନଂ ଜାତୀୟ ରାଜପଥର କୋରାପୁଟ ସଦର ଥାନା ଅଧୀନ ପୋଡ଼ାଗଡ଼ର ଛୋଟାଗୁଡ଼ା ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଚାଳକ ନିୟନ୍ତ୍ରଣ ହରାଇବାରୁ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣାର ଖବର ପାଇ ୬ଟି ଆମ୍ବୁଲାନ୍ସ ଓ ଅଗ୍ନିଶମ ବାହିନୀର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ। ଆହତମାନଙ୍କୁ ଉଦ୍ଧାର କରି ପ୍ରଥମେ ପୋଡ଼ାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରାଇଥିଲେ। କିନ୍ତୁ ୧୦ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ କୋରାପୁଟସ୍ଥିତ ସହିଦ ଲକ୍ଷ୍ମଣ ନାୟକ ବଡ଼ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା। ପୁଲିସ ବସ୍‌ଟିକୁ ଜବତ କରି ଘଟଣାର ତଦନ୍ତ କରୁଛି।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button