ଦେଶ

ଟିକେଟ ନମିଳିବାରୁ ଆତ୍ମହତ୍ୟା – Ibnodisha

[ad_1]

ନୂଆଦିଲ୍ଲୀ: ତାମିଲନାଡୁର ଇରୋଡ ସାଂସଦ ତଥା ଏମ୍‌ଡିଏମ୍‌କେ ନେତା ଏ ଗଣେଶମୂର୍ତ୍ତିଙ୍କର ଆଜି ଭୋର ପ୍ରାୟ ୫ଟା ବେଳେ କୋଏମ୍ବାଟୁରର ଏକ ଘରୋଇ ଡାକ୍ତରଖାନାରେ ପରଲୋକ ହୋଇଯାଇଛି। ହୃଦ୍‌ଘାତରେ ତାଙ୍କ ମୃତ୍ୟୁ ହୋଇଛି ବୋଲି କୁହାଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା। ଚଳିତ ଲୋକସଭା ନିର୍ବାଚନ ପାଇଁ ଟିକେଟ ନମିଳିବାରୁ ସେ କୀଟନାଶକ ଖାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ ବୋଲି ଅଭିଯୋଗ ହୋଇଥିଲା। ଅଭିଯୋଗ ଅନୁଯାୟୀ, ଗତ ରବିବାର ଏ ଗଣେଶମୂର୍ତ୍ତି କୀଟନାଶକ ପିଇ ଦେଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଇରୋଡର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କୋଏମ୍ବାଟୁର ସ୍ଥାନାନ୍ତର କରାଯାଇଥିଲା। ସେଠାରେ ମଧ୍ୟ ତାଙ୍କ ଅବସ୍ଥାରେ କୌଣସି ସୁଧାର ଆସି ନଥିଲା। ଆଉ ଆଜି ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ।

ଏ ଗଣେଶମୂର୍ତ୍ତି ତିନି ଥର ଲୋକସଭାକୁ ନିର୍ବାଚିତ ହୋଇଥିଲେ। ଏଥର ତାଙ୍କୁ ଟିକେଟ ଦିଆଯାଇ ନଥିଲା। ତାଙ୍କ ବଦଳରେ ଏମ୍‌ଡିଏମ୍‌କେ ପ୍ରତିଷ୍ଠାତା ଭାଇକୋଙ୍କ ପୁଅ ଦୁରାଇ ଭାଇକୋଙ୍କୁ ଇରୋଡ ଲୋକସଭା ଆସନରୁ ପ୍ରାର୍ଥୀ କରାଯାଇଛି। ଉଭୟ ଏମ୍‌ଡିଏମ୍‌କେ ଓ ଡିଏମ୍‌କେ ମିଳିତ ଭାବେ ଦୁରାଇଙ୍କୁ ଏହି ଆସନରୁ ପ୍ରାର୍ଥୀ କରିଛନ୍ତି।ଦଳର ଏହି ନିଷ୍ପତ୍ତି ପରେ ଅସନ୍ତୋଷ ପ୍ରକାଶ କରିଥିଲେ ଏ ଗଣେଶମୂର୍ତ୍ତି। ଏହା ପରେ ସେ କୀଟନାଶକ ପିଇ ଦେଇଥିଲେ। କୀଟନାଶକ ପିଇ ଦେଇଥିବା କଥା ସେ ତାଙ୍କ ପରିବାର ଲୋକଙ୍କୁ କହିଥିଲେ ବୋଲି ଜଣାପଡ଼ିଛି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button