ରାଜନୀତି

ବିଜେଡିକୁ ବାଏ ବାଏ କରି ବିଜେପିରେ ମିଶିଲେ ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ର – Ibnodisha

[ad_1]

ଭୁବନେଶ୍ୱର: ବିଜେଡିକୁ ବାଏ ବାଏ କରି ବିଜେପିରେ ମିଶିଛନ୍ତି ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ର । ସିନେ ଷ୍ଟାର ତଥା ପୂର୍ବତନ ବିଜେଡି ସାଂସଦ ସିଦ୍ଧାନ୍ତ ମହାପାତ୍ର ପଦ୍ମ ଧରିଛନ୍ତି । ଦିଲ୍ଲୀ ସ୍ଥିତ ବିଜେପିର ମୁଖ୍ୟାଳୟରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ଶ୍ରୀ ମହାପାତ୍ର ବିଧିବଦ୍ଧଭାବେ ବିଜେପିରେ ସାମିଲ ହୋଇଛନ୍ତି । ଏହି ମିଶ୍ରଣ ପର୍ବରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ଓଡ଼ିଶା ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ପ୍ରମୁଖଙ୍କ ସମେତ ଅନ୍ୟ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ଥିଲେ ।

ସିଦ୍ଧାନ୍ତ ମହାପାତ୍ର ଦୁଇ ଥର ବିଜେଡି ଟିକେଟରେ ଲୋକସଭାକୁ ନିର୍ବାଚିତ ହୋଇଛନ୍ତି। ୨୦୦୯ ଓ ୨୦୧୪ରେ ସେ ବ୍ରହ୍ମପୁର ଲୋକସଭା ଆସନରୁ ନିର୍ବାଚିତ ହୋଇଥିଲେ। ୨୦୧୯ରେ ଦଳ ଆଉ ତାଙ୍କୁ ଟିକେଟ ଦେଇ ନଥିଲା। ତାଙ୍କ ବଦଳରେ ଚନ୍ଦ୍ରଶେଖର ସାହୁଙ୍କୁ ଦଳ ଟିକେଟ ଦେଇଥିଲା। ସେ କଂଗ୍ରେସ ଛାଡ଼ି ବିଜେଡିରେ ଯୋଗ ଦେଇଥିଲେ। ୨୦୦୪ରେ କଂଗ୍ରେସ ଟିକେଟ୍‌ରେ ସେ ବ୍ରହ୍ମପୁର ଆସନରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୯ ଓ ୨୦୧୪ରେ ସିଦ୍ଧାନ୍ତ ମହାପାତ୍ରଙ୍କଠାରୁ ପରାସ୍ତ ହୋଇଥିଲେ ଚନ୍ଦ୍ରଶେଖର ସାହୁ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button