ରାଜନୀତି

ବି‌ଜେପିରେ ଯୋଗ ଦେଲେ ପଦ୍ମଶ୍ରୀ ଦମୟନ୍ତୀ ବେଶ୍ରା – Ibnodisha

[ad_1]

ଭୁବନେଶ୍ୱର : ବି‌ଜେପିରେ ଯୋଗ ଦେଲେ ପଦ୍ମଶ୍ରୀ ଦମୟନ୍ତୀ ବେଶ୍ରା । ଦିଲ୍ଲୀସ୍ଥିତ ବିଜେପିର ମୁଖ୍ୟାଳୟରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ପଦ୍ମଶ୍ରୀ ଦମୟନ୍ତୀ ବେଶ୍ରା ବିଧିବଦ୍ଧଭାବେ ବିଜେପିରେ ସାମିଲ ହୋଇଛନ୍ତି । ଏହି ମିଶ୍ରଣ ପର୍ବରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ଓଡ଼ିଶା ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ପ୍ରମୁଖଙ୍କ ସମେତ ଅନ୍ୟ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ଥିଲେ । ଦମୟନ୍ତୀ ବାରିପଦାର ଜଣେ ଚର୍ଚ୍ଚିତ ବ୍ୟକ୍ତିତ୍ବ। ସେ ସାନ୍ତାଳୀ ଭାଷାର ଜଣେ ଗବେଷକ। ସେ ୨୦୨୦ରେ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଥିଲେ। ୨୦୦୯ରେ ତାଙ୍କୁ ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥିଲା।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button