ରାଜନୀତି

ବିଜେପି ଛାଡ଼ିଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା – Ibnodisha

[ad_1]

ଭୁବନେଶ୍ୱର : ବିଜେପିରୁ ଇସ୍ତଫା ଦେଇଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ଚନ୍ଦ୍ର ବେହେରା। ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ଆଜି ତାଙ୍କ ଇସ୍ତଫାପତ୍ର ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇ ଦେଇଛନ୍ତି। ପ୍ରକାଶ ଚନ୍ଦ୍ର ବେହେରା ୨୦୧୯ ନିର୍ବାଚନ ପୂର୍ବରୁ କଂଗ୍ରେସ ଛାଡ଼ି ବିଜେପିରେ ମିଶିଥିଲେ। ସେ ସେହି ବର୍ଷ ବିଜେପି ଟିକେଟରେ ସାଲେପୁର ବିଧାନସଭା ଆସନରୁ ନିର୍ବାଚନ ଲଢ଼ିଥିଲେ। କିନ୍ତୁ ସେ ବିଜେଡି ପ୍ରାର୍ଥୀ ପ୍ରଶାନ୍ତ ବେହେରାଙ୍କ ଠାରୁ ହାରି ଯାଇଥିଲେ। ୨୦୧୪ ମସିହାରେ ପ୍ରକାଶ ଏହି ଆସନରୁ କଂଗ୍ରେସ ଟିକେଟରେ ବିଜୟୀ ହୋଇଥିଲେ। ପ୍ରକାଶ ଚନ୍ଦ୍ର ବେହେରା କଟକ ଜିଲ୍ଲା ବିଜେପି ସଭାପତି ଥିଲେ। ସେ ତାଙ୍କ ଇସ୍ତଫାପତ୍ରରେ ଲେଖିଛନ୍ତି- ମୁଁ ସଦାବେଳେ ମୋ ପଦକୁ ନ୍ୟାୟ ଦେବାକୁ ପ୍ରାୟସ କରିଛି। ତା’ ସହିତ ଦଳ ଯେପରି ମାଇଲଖୁଣ୍ଟ ହାସଲ କରିପାରିବ ସେ ନେଇ ଚେଷ୍ଟା କରିଛି। କିନ୍ତୁ ଏହି କାର୍ୟ୍ୟକୁ ମୁଁ ସନ୍ତୋଷଜନକ ଭାବେ ତୁଲାଇ ପାରି ନାହିଁ। ବିଜେପିରୁ ଇସ୍ତଫା ଦେଇଥିବା ପ୍ରକାଶ ଚନ୍ଦ୍ର ବେହେରା ବିଜେଡିରେ ଯୋଗ ଦେଇ ପାରନ୍ତି ବୋଲି ଚର୍ଚ୍ଚା ହେଉଛି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button