ରାଜ୍ୟ

ବିଜେଡି ନେତାଙ୍କ ଶିକ୍ଷାନୁଷ୍ଠାନରେ ଆଇଟି ରେଡ୍ – Ibnodisha

[ad_1]

ଭୁବନେଶ୍ୱର : ବିଜେଡି ନେତା ସୁବ୍ରତ କୁମାର ଛାଟୋଇଙ୍କ କୋଚିଂ ସେଣ୍ଟର ଉପରେ ଆଜି ଆୟକର ବିଭାଗ ପକ୍ଷରୁ ରେଡ୍‌ କରାଯାଇଛି। ଆୟକର ଫାଙ୍କିବା ଅଭିଯୋଗରେ ଛାଟୋଇଙ୍କ କୋଚିଂ ସେଣ୍ଟର, ଭୁବନେଶ୍ୱର ସ୍ଥିତ ଘର ସମେତ ବିଭିନ୍ନ ସ୍ଥାନରେ ରେଡ୍ ଚାଲିଥିବା ସୂଚନା ରହିଛି। ଆଜି ଭୋର ୪ଟାରୁ ଏହି ଚଢ଼ାଉ ଆରମ୍ଭ ହୋଇଛି। ଗତବର୍ଷ ମଧ୍ୟ ସୁବ୍ରତ କୁମାର ଛାଟୋଇଙ୍କ କୋଚିଂ ସେଣ୍ଟରରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଚଢ଼ାଉ ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ଜବତ କରାଯାଇଥିଲା। କୋଚିଂ ସେଣ୍ଟରର କେତେକ ଜିନିଷପତ୍ର ମଧ୍ୟ ସିଲ୍ କରାଯାଇଥିଲା। ଏହାସହ ସୁବ୍ରତ କୁମାର ଛାଟୋଇଙ୍କୁ ଆୟକର ବିଭାଗ ପକ୍ଷରୁ ପଚରାଉଚରା କରାଯାଇଥିଲା। ତେବେ ଆଜି ଭୋର ପୁଣି କୋଚିଂ ସେଣ୍ଟର ଉପରେ ରେଡ୍‌ କରାଯାଇଛି। ତେବେ ଏହି ରେଡ୍‌ ନେଇ ସୁବ୍ରତ ଛାଟୋଇଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ । ବିଜେଡିର ସାଙ୍ଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ଘନିଷ୍ଠ ହେଉଛନ୍ତି ସୁବ୍ରତ କୁମାର ଛାଟୋଇ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button