ରାଜ୍ୟ

କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କ ଦେହାନ୍ତ – Ibnodisha

[ad_1]

ଭୁବନେଶ୍ୱର: ସ୍ୱନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କର ଦେହାନ୍ତ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଯାଇଛି । ଦୀର୍ଘଦିନ ଧରି ସେ ଅସୁସ୍ଥ ହୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ହେଉଥିଲେ । ‘ଥକା ମନ ଚାଲ ଯିବା’ ସହ ‘ଜଗନ୍ନାଥ ତୁମେ ବଡ ଛଳିଆ’ ଆଦି ଗୀତ ପାଇଁ ସେ ବେଶ ଲୋକପ୍ରିୟ ଥିଲେ । ଶାନ୍ତିଲତା ବାରିକ ଛୋଟରାୟ ଓଡ଼ିଆ ଭକ୍ତି ସଙ୍ଗୀତ ଜଗତର ଜଣେ ପରିଚିତ କଣ୍ଠଶିଳ୍ପୀ ଥିଲେ । ନିଜ କଣ୍ଠର ଯାଦୁଗରିରେ ଅପୂର୍ବ ଭକ୍ତି ଭାବନା ଯୋଡ଼ି ସେ ଯେଉଁ ସଙ୍ଗୀତ ପରିବେଷଣ କରନ୍ତି, ତାହା ଶ୍ରୋତାଙ୍କ ଭିତରେ ଭକ୍ତି, ସମର୍ପଣ ଓ ବିଭୁ ଚେତନା ସୃଷ୍ଟି କରୁଥିଲା ।

ତାଙ୍କ ଭଜନ ଓଡ଼ିଶାର କଳା, ସଂସ୍କୃତି ଓ ଶ୍ରୀଜଗନ୍ନାଥଙ୍କ ସହ ଲୋକଙ୍କୁ ଯୋଡ଼ିବାରେ ସକ୍ଷମ ହୋଇପାରିଥିଲା । ଖୋର୍ଦ୍ଧା ଜିଲ୍ଲା ଭୁବନେଶ୍ୱରରେ ୧ ଅକ୍ଟୋବର ୧୯୬୦ରେ ଜନ୍ମ ହୋଇଥିଲେ ଶାନ୍ତିଲତା । ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରୁ ଓଡ଼ିଶୀ ସଙ୍ଗୀତରେ ଆଚାର୍ଯ୍ୟ କରିଥିବା ଶାନ୍ତିଲତା ବିଶିଷ୍ଟ ସଙ୍ଗୀତ ଗୁରୁ ବାଳକୃଷ୍ଣ ଦାସ, ମାର୍କଣ୍ଡେୟ ମହାପାତ୍ର, ସିଂହାରୀ ଶ୍ୟାମସୁନ୍ଦର କର, ଗୋପାଳ ପଣ୍ଡା ପ୍ରମୁଖଙ୍କଠାରୁ ସଙ୍ଗୀତ ଶିକ୍ଷା ନେଇଥିଲେ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button