ରାଜ୍ୟ

ରାଜ୍ଯରେ ଆଜିଠୁ ଆହୁରି ବଢିବ ତାପମାତ୍ରା; ୪୦ ଡିଗ୍ରୀ ଉପରେ ରହିବ ସହରର ପାରଦ – Ibnodisha

[ad_1]

ଭୁବନେଶ୍ବର: ରାଜ୍ଯରେ ଆଜିଠୁ ଆହୁରି ବଢିବ ତାପମାତ୍ରା । ୪୦ ଡିଗ୍ରୀ ଉପରେ ରହିବ ଅଧିକାଂଶ ସହରର ପାରଦ । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ଉପରେ ରହିବ ପାରଦ। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ତାତିରୁ ନିସ୍ତାର ମିଳିବ ନାହିଁ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ବର୍ତ୍ତମାନ ରାଜ୍ୟ ଉପରେ କୌଣସି ପାଣିପାଗ ସ୍ଥିତି ନାହିଁ। ମେଘମୁକ୍ତ ଆକାଶ ସମେତ ଶୁଖିଲା ପାଗ ପାଇଁ ତାତି ବୃଦ୍ଧି ପାଇଛି। ଅନ୍ଯପଟେ ଆଜିଠୁ ରାଜ୍ଯରେ ଉଷ୍ମ ରାତି ।

ରାତିରେ ସ୍ବାଭାବିକ ଠାରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ଅଧିକ ରହିବ। ଫଳରେ ଏକ ଅସହ୍ୟ ପାଣିପାଗ ସ୍ଥିତି ଉପୁଜିବ। ଏଥିପାଇଁ ବୌଦ୍ଧ, ସୋନପୁର, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ ଏବଂ ମାଲକାନଗିରିକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିଭଳି ୪ ତାରିଖରୁ ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେବ। ଏଥିପାଇଁ ଭଦ୍ରକ, ଯାଜପୁର, କଟକ, ନୟାଗଡ, ବୌଦ୍ଧ, ସୋନପୁର ଏବଂ କନ୍ଧମାଳ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ୫ ତାରିଖରେ ସର୍ବାଧିକ ଗ୍ରୀଷ୍ମ ପ୍ରବାହ ନେଇ ସତର୍କତା ଜାରି କରାଯାଇଛି। ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ, ବୌଦ୍ଧ, କନ୍ଧମାଳ, ସୋନପୁର ଜିଲ୍ଲାରେ ଅଗ୍ନୀ ବର୍ଷା ହେବ ବୋଲି ଆକଳନ କରାଯାଇଛି।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button