ବିଜେଡିରେ ଯୋଗଦେଲେ ପ୍ରକାଶ ବେହେରା – Ibnodisha

[ad_1]
ଭୁବନେଶ୍ୱର : ବିଜେଡିରେ ସାମିଲ ହେଲେ ପ୍ରକାଶ ବେହେରା । ସାଲେପୁର ପୂର୍ବତନ ବିଧାୟକ ପ୍ରକାଶ ବେହେରା । ଶଙ୍ଖ ଭବନରେ ମିଶ୍ରଣ ପର୍ବରେ ବିଜେଡିରେ ସାମିଲ ହେଲେ । ମିଶ୍ରଣ ପର୍ବରେ ପ୍ରତିଦ୍ୱନ୍ଦ୍ୱୀ ତଥା ବିଧାୟକ ପ୍ରଶାନ୍ତ ବେହେରା ଉପସ୍ଥିତ । ୨ ଦିନ ତଳେ ବିଜେପିରୁ ଇସ୍ତଫା ଦେଇଥିଲା ପ୍ରକାଶ । ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ସେ ତାଙ୍କ ଇସ୍ତଫାପତ୍ର ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇଥିଲେ। ପ୍ରକାଶ ଚନ୍ଦ୍ର ବେହେରା ୨୦୧୯ ନିର୍ବାଚନ ପୂର୍ବରୁ କଂଗ୍ରେସ ଛାଡ଼ି ବିଜେପିରେ ମିଶିଥିଲେ। ସେ ସେହି ବର୍ଷ ବିଜେପି ଟିକେଟରେ ସାଲେପୁର ବିଧାନସଭା ଆସନରୁ ନିର୍ବାଚନ ଲଢ଼ିଥିଲେ। କିନ୍ତୁ ସେ ବିଜେଡି ପ୍ରାର୍ଥୀ ପ୍ରଶାନ୍ତ ବେହେରାଙ୍କ ଠାରୁ ହାରି ଯାଇଥିଲେ। ୨୦୧୪ ମସିହାରେ ପ୍ରକାଶ ଏହି ଆସନରୁ କଂଗ୍ରେସ ଟିକେଟରେ ବିଜୟୀ ହୋଇଥିଲେ। ପ୍ରକାଶ ଚନ୍ଦ୍ର ବେହେରା କଟକ ଜିଲ୍ଲା ବିଜେପି ସଭାପତି ଥିଲେ। ସେ ତାଙ୍କ ଇସ୍ତଫାପତ୍ରରେ ଲେଖିଥିଲେ ଯେ – ମୁଁ ସଦାବେଳେ ମୋ ପଦକୁ ନ୍ୟାୟ ଦେବାକୁ ପ୍ରାୟସ କରିଛି। ତା’ ସହିତ ଦଳ ଯେପରି ମାଇଲଖୁଣ୍ଟ ହାସଲ କରିପାରିବ ସେ ନେଇ ଚେଷ୍ଟା କରିଛି। କିନ୍ତୁ ଏହି କାର୍ୟ୍ୟକୁ ମୁଁ ସନ୍ତୋଷଜନକ ଭାବେ ତୁଲାଇ ପାରି ନାହିଁ।
[ad_2]