ରାଜ୍ୟ

ବିଜେଡିରେ ଯୋଗଦେଲେ ଜର୍ଜ ତିର୍କୀଙ୍କ ପୁଅ ରୋହିତ ଯୋଶେଫ ତିର୍କୀ – Ibnodisha

[ad_1]

ଭୁବନେଶ୍ୱର: ଶଙ୍ଖ ଫୁଙ୍କିଲେ ବୀରମିତ୍ରପୁରର ପୂର୍ବତନ ବିଧାୟକ ଜର୍ଜ ତିର୍କୀଙ୍କ ପୁଅ ରୋହିତ ଯୋଶେଫ ତିର୍କୀ । ବୁଧବାର ସେ ବିଜେଡିରେ ସାମିଲ ହୋଇଛନ୍ତି । ଭୁବନେଶ୍ବର ସ୍ଥିତ ବିଜେଡି କାର୍ୟ୍ୟାଳୟ ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ମନ୍ତ୍ରୀ ସାରଦା ନାୟକ ଓ ପ୍ରୀତିରଞ୍ଜନ ଘଡ଼ାଇ, ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ ହୋଇଥିବା ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ରୋହିତ ଯୋଶେଫ ତିର୍କୀଙ୍କୁ ବିଜେଡି ନେତା ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଛନ୍ତି । ସେହିପରି ଅଖିଳ ଭାରତୀୟ ଗଣ୍ଡ ମହାସଭାର ଉପଦେଷ୍ଟା ଭବାନୀ ଶଙ୍କର କାଲୋ ମଧ୍ୟ ବିଜେଡିରେ ଯୋଗ ଦେଇଛନ୍ତି ।
ଯୋଶେଫ ତିର୍କୀଙ୍କ ଯୋଗଦାନ ଫଳରେ ବିଶେଷକରି ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୁତ ହେବ ବୋଲି ବିଜେଡି ନେତା କହିଛନ୍ତି । ରୋହିତ ଯୋଶେଫ ତିର୍କୀ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ୟ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗ ଦେଇଛି । ତାଙ୍କର ବିକାଶମୂଳକ କାର୍ୟ୍ୟକୁ ଲୋକଙ୍କ ପାଖରେ ପହଞ୍ଚାଇବି । ସେହିପରି ଅଖିଳ ଭାରତୀୟ ଗଣ୍ଡ ମହାସଭାର ଉପଦେଷ୍ଟା ଭବାନୀ ଶଙ୍କର କାଲୋ କହିଛନ୍ତି ଯେ, ନୂତନ ଓଡ଼ିଶା ଗଠନ ଦିଗରେ ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି । ଦଳରେ ମୋତେ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି । ପ୍ରକାଶ ଥାଉକି, ଲୋକସଭା ଓ ବିଧାନସଭା ଭୋଟକୁ ଆଉ ଦିନ କେଇଟା ଥିବାବେଳେ ରାଜ୍ୟରେ ଜୋର୍ ଧରିଛି ଦଳ ଡିଆଁ ପର୍ବ । ଟିକେଟ୍ କଟିବା ଆଶଙ୍କାରେ ବଡ ବଡ ନେତାମାନେ ନିଜ ଦଳ ଛାଡି ଅନ୍ୟ ଦଳକୁ ଡିଆଁ ମାରୁଛନ୍ତି । ଗତକାଲି ବିଜେପିର ବରିଷ୍ଠ ନେତା ଭୃଗୁ ବକ୍ସିପାତ୍ର ଦଳ ଛାଡି ବିଜେଡିରେ ଯୋଗ ଦେଇଥିଲେ । ଏହାର କିଛି ଘଣ୍ଟା ପରେ ବ୍ରହ୍ମପୁର ଲୋକସଭା ଆସନ ପ୍ରାର୍ଥୀ ଭାବେ ତାଙ୍କର ନାଁ ଘୋଷଣା କରିଥିଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button