ରାଜ୍ୟ

ପ୍ରଚଣ୍ଡ ତାତି : ଭୁବନେଶ୍ବର ତାପମାତ୍ରା ୩୯.୮ ଡ଼ିଗ୍ରୀ – Ibnodisha

[ad_1]

ଭୁବନେଶ୍ୱର : ପ୍ରଚଣ୍ଡ ତାତିରେ ଜଳୁଛି ସାରା ରାଜ୍ୟ। ଦିନ ସାଢ଼େ ୧୧ଟାରେ ଭୁବନେଶ୍ବର ତାପମାତ୍ରା ୩୯.୮ ଡ଼ିଗ୍ରୀ ରେକର୍ଡ ହୋଇଛି। ରାଜଧାନୀ ଭୁବନେଶ୍ବର ସହ ସାରା ରାଜ୍ୟରେ ପ୍ରବଳ ଖରା ଅନୁଭୂତ ହେଉଛି। ଭୁବନେଶ୍ୱର ବ୍ୟତୀତ ଦିନ ୧୧ ଟା ୩୦ ସୁଦ୍ଧା କେନ୍ଦୁଝର: ୩୯.୨, ବାଲେଶ୍ୱର:୩୮, ଝାରସୁଗୁଡା : ୩୮, ରାଉରକେଲା: ୩୭.୮, ଚାନ୍ଦବାଲି: ୩୭.୪ , ସମ୍ବଲପୁର: ୩୭.୪ , ହୀରାକୁଦ: ୩୬.୬, ପୁରୀ: ୩୨.୪, ପାରାଦୀପ: ୩୨, ଗୋପାଳପୁର: ୩୧.୮ ଡ଼ିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଆସନ୍ତା ଦୁଇ ଦିନ ପର୍ୟ୍ୟନ୍ତ ପାଗରେ ପରିବର୍ତ୍ତନ ହେବ ନାହିଁ ଏବଂ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ଅଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁମାନ କରିଛି । ରାଜ୍ୟର କେତେକ ସ୍ଥାନରେ ତାପମାତ୍ରା ୪୫ଡିଗ୍ରୀ ପହଞ୍ଚିବ ବୋଲି ପାଣିପାଗ ବିଜ୍ଞାନୀ ମାନେ ଅନୁମାନ କରିଛନ୍ତି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button