ଆଇଏଏସ୍ ସ୍ତରରେ ଅଦଳ ବଦଳ – Ibnodisha
[ad_1]
ଭୁବନେଶ୍ୱର : ନିର୍ବାଚନ କମିଶନ ରାଜ୍ୟର ୨ଜଣ ଆଇଏଏସ୍ ଓ ୬ଜଣ ଆଇପିଏସ ଅଫିସରଙ୍କୁ ନିର୍ବାଚନ କାର୍ଯ୍ୟରୁ ବାଦ୍ ଦେବା ପରେ ଆଜି ରାଜ୍ୟ ସରକାର ଛୋଟଧରଣର ଆଇଏଏସ୍ ଅଦଳବଦଳ କରିଛନ୍ତି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, କଟକ ଜିଲ୍ଲାପାଳ ୨୦୧୨ ବ୍ୟାଚ ଆଇଏଏସ୍ ଭିନିତ ଭରଦ୍ୱାଜଙ୍କୁ ପଞ୍ଚାୟତିରାଜ ବିଭାଗର ଅତିରିକ୍ତ ସଚିବ ତଥା ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି ।
ସେହିପରି ଜଗତସିଂହପୁର ଜିଲ୍ଲାପାଳ ପାରୁଲ ପଟ୍ଟୱାରୀଙ୍କୁ ରାଜ୍ୟ ସ୍କୁଲ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା) ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ବଦଳି ହୋଇଛି । ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶରେ ଭିନିତ୍ ଓ ପାରୁଲଙ୍କୁ ଜିଲ୍ଲାପାଳ ପଦବୀରୁ ହଟାଇ ଦିଆଯାଇଛି । ଭିନିତଙ୍କ ସ୍ଥାନରେ ଆଇଏଏସ୍ ଅରିନ୍ଦମ ଡାକୁଆ ଓ ପାରୁଲଙ୍କ ସ୍ଥାନରେ ଅନୁପମ ଶାହଙ୍କୁ ଯଥାକ୍ରମେ କଟକ ଓ ଜଗତସିଂହପୁର ଜିଲ୍ଲାପାଳ ଭାବେ ଅବସ୍ଥାପିତ କରାଯାଇଛି । ଅନୁପମ ଯେଉଁ ଦାୟିତ୍ୱରେ ଥିଲେ ସେଠାକୁ ପାରୁଲଙ୍କୁ ଓ ଅରିନ୍ଦମଙ୍କ ସ୍ଥାନରେ ଭିନିତଙ୍କୁ ଥଇଥାନ କରାଯାଇଛି ।
ସେହିପରି ୨୦୧୧ ବ୍ୟାଚ୍ ଆଇଏଏସ୍ ସମର୍ଥ ବର୍ମାଙ୍କୁ ପୂର୍ତ୍ତ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇଛି । ଶ୍ରୀ ବର୍ମା ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ଇନଚାର୍ଜ ମୁଖ୍ୟ ପ୍ରଶାସକ ସହ ପୂର୍ତ୍ତ ବିଭାଗର ଅତିରିକ୍ତ ସଚିବ ଦାୟିତ୍ୱ ତୁଲାଉଥିଲେ । ସେହିପରି ୨୦୧୮ ବ୍ୟାଚ୍ ଆଇଏଏସ୍ ଶୁଭଙ୍କର ମହାପାତ୍ରଙ୍କୁ ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ଦ୍ଦେଶକ ଭାବେ ବଦଳି ହୋଇଛି । ଗ୍ରାମ୍ୟ ଉନ୍ନୟନ ବିଭାଗରେ ନିର୍ଦ୍ଦେଶକ ଭାବେ କାର୍ଯ୍ୟରତ ୨୦୧୨ ବ୍ୟାଚ୍ ଆଇଏଏସ୍ ନିଖିଳ ପୱନ କଲ୍ୟାଣଙ୍କୁ ଯାଜପୁର ଜିଲ୍ଲାପାଳ ଭାବେ ବଦଳି କରାଯାଇଥିଲା ।
[ad_2]