ରାଜ୍ୟ

ଅରବିନ୍ଦ ଢାଲି ଓ ପ୍ରେମାନନ୍ଦ ନାୟକଙ୍କ ବିଧାୟକ ପଦ ରଦ୍ଦ – Ibnodisha

[ad_1]

ଭୁବନେଶ୍ବର : ଜୟଦେବ ବିଧାୟକ ଅରବିନ୍ଦ ଢାଲି ଓ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକଙ୍କ ବିଧାୟକ ପଦ ରଦ୍ଦ ହୋଇଛି। ବିଧାନସଭା ବାଚସ୍ପତି ପ୍ରମିଳା ମଲ୍ଲିକ ଏହି ଦୁଇ ଜଣଙ୍କ ବିଧାୟକ ପଦକୁ ରଦ୍ଦ କରିଛନ୍ତି। ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲିଙ୍କ ଆବେଦନକୁ ଆଧାର କରି ବାଚସ୍ପତି ଅରବିନ୍ଦ ଢାଲି ଓ ପ୍ରେମାନନ୍ଦ ନାୟକଙ୍କ ବିଧାୟକ ପଦକୁ ରଦ୍ଦ କରିଛନ୍ତି। ଏନେଇ ବିଧାନସଭା ସଚିବାଳୟ ପକ୍ଷରୁ ନିର୍ଦେଶାବଳୀ ପ୍ରକାଶ ପାଇଛି।

ଅରବିନ୍ଦ ଢାଲି ଓ ପ୍ରେମାନନ୍ଦ ନାୟକ ବିଜେଡି ଟିକେଟରୁ ୨୦୧୯ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଗତ କିଛି ଦିନ ତଳେ ଦୁଇ ଜଣ ବିଜେଡି ଛାଡି ଅନ୍ୟଦଳରେ ଯୋଗଦେଇଥିଲେ। ନିଜ ଆଡୁ ବିଜେଡି ଛାଡିବାରୁ ସେମାନଙ୍କ ସଭ୍ୟପଦ ରଦ୍ଦ ପାଇଁ ସରକାରୀ ଦଳ ମୁଖ୍ୟ ସଚେତକ ପିଟିସନ ଦାଖଲ କରିଥିଲେ । ଦୁଇ ବିଧାୟକଙ୍କ ବିରୋଧରେ ମାର୍ଚ୍ଚ ୧୮ରେ ବାଚସ୍ପତିଙ୍କ ନିକଟରେ ପିଟିସନ ଦାଖଲ କରିଥିଲେ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି । ପିଟିସନ ଆଧାରରେ ମାର୍ଚ୍ଚ ୧୯ରେ ଦୁଇ ବିଧାୟକଙ୍କ ନିକଟରୁ ସ୍ପଷ୍ଟୀକରଣ ମଗାଯାଇଥିଲା। କିନ୍ତୁ ପିଟିସନର ଉତ୍ତର ଦେଇନଥିଲେ ଅରବିନ୍ଦ ଢାଲି ଓ ପ୍ରେମାନନ୍ଦ ନାୟକ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button