ରାଜ୍ୟ

ଅଭିଯୋଗ କଲେ ବିଚାର : ବାଚସ୍ପତି – Ibnodisha

[ad_1]

ଭୁବନେଶ୍ବର : ଅରବିନ୍ଦ ଢାଲି ଓ ପ୍ରେମାନନ୍ଦ ନାୟକଙ୍କ ବିଧାୟକ ପଦ ରଦ୍ଧ ନେଇ ନିଜର ପ୍ରତିକ୍ରିୟା ରଖୁଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ । ସେ କହିଛନ୍ତି ଯେ ଦଳ ବଦଳ କାରଣରୁ ୨ ବିଧାୟକଙ୍କ ସଭ୍ୟ ପଦ ରଦ୍ଧ ହୋଇଛି । ବିଜେଡି ମୁଖ୍ୟ ସଚେତକ ଦଳ ବଦଳ ନେଇ ଅଭିଯୋଗ କରିଥିଲେ I ଦଳ ବଦଳ କରିଥିବାରୁ ଉଭୟଙ୍କ ବିରୋଧରେ ବିଜେଡି ମୁଖ୍ୟ ସଚେତକ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ । ଏନେଇ ଯଦି ଅନ୍ୟ ଦଳର ମୁଖ୍ୟ ସଚେତକ ଅଭିଯୋଗ କରନ୍ତି ତେବେ ଏହାର ବିଚାର କରାଯିବ ବୋଲି ବାଚସ୍ପତି ପ୍ରମିଳା ମଲ୍ଲିକ କହିଛନ୍ତି । ପ୍ରକାଶ ଯେ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲିଙ୍କ ଆବେଦନକୁ ଆଧାର କରି ବାଚସ୍ପତି ଅରବିନ୍ଦ ଢାଲି ଓ ପ୍ରେମାନନ୍ଦ ନାୟକଙ୍କ ବିଧାୟକ ପଦକୁ ରଦ୍ଦ କରିଛନ୍ତି । ଏନେଇ ବିଧାନସଭା ସଚିବାଳୟ ପକ୍ଷରୁ ନିର୍ଦେଶାବଳୀ ପ୍ରକାଶ ପାଇଛି। ଅରବିନ୍ଦ ଢାଲି ଓ ପ୍ରେମାନନ୍ଦ ନାୟକ ବିଜେଡି ଟିକେଟରୁ ୨୦୧୯ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଗତ କିଛି ଦିନ ତଳେ ଦୁଇ ଜଣ ବିଜେଡି ଛାଡି ଅନ୍ୟଦଳରେ ଯୋଗଦେଇଥିଲେ। ନିଜ ଆଡୁ ବିଜେଡି ଛାଡିବାରୁ ସେମାନଙ୍କ ସଭ୍ୟପଦ ରଦ୍ଦ ପାଇଁ ସରକାରୀ ଦଳ ମୁଖ୍ୟ ସଚେତକ ପିଟିସନ ଦାଖଲ କରିଥିଲେ । ଦୁଇ ବିଧାୟକଙ୍କ ବିରୋଧରେ ମାର୍ଚ୍ଚ ୧୮ରେ ବାଚସ୍ପତିଙ୍କ ନିକଟରେ ପିଟିସନ ଦାଖଲ କରିଥିଲେ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି । ପିଟିସନ ଆଧାରରେ ମାର୍ଚ୍ଚ ୧୯ରେ ଦୁଇ ବିଧାୟକଙ୍କ ନିକଟରୁ ସ୍ପଷ୍ଟୀକରଣ ମଗାଯାଇଥିଲା। କିନ୍ତୁ ପିଟିସନର ଉତ୍ତର ଦେଇନଥିଲେ ଅରବିନ୍ଦ ଢାଲି ଓ ପ୍ରେମାନନ୍ଦ ନାୟକ। ଯାହା ଫଳରେ ଦୁଇ ବିଧାୟକଙ୍କୁ ଅପ୍ରେଲ ୧୦ ରେ ବ୍ୟକ୍ତିଗତ ଭାବେ ହାଜର ହେବାକୁ ଅପ୍ରେଲ ୨ ତାରିଖରେ ବାଚସ୍ପତି ଚିଠି କରିଥିଲେ। ବ୍ୟକ୍ତିଗତ ଭାବେ ହାଜର ହୋଇ ନିଜ ପକ୍ଷ ରଖୁନି ଦୁଇ ବିଧାୟକ । ଫଳରେ ସରକାରୀ ମୁଖ୍ୟ ସଚେତକଙ୍କ ପିଟିସନ ଆଧାରରେ ଦୁଇ ବିଧାୟକ ନିଜ ଆଡୁ ବିଜେଡି ଛାଡିଥିବା ସ୍ପଷ୍ଟ ହୋଇଛି । ଯେଉଁଥ୍ ପାଇଁ ଦୁଇ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ କରିଛନ୍ତି ବାଚସ୍ପତି। ଦୁଇ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ହେବା ପରେ ଏବେ ଜୟଦେବ ଓ ତେଲକୋଇ ଆସନ ଖାଲି ପଡିଲା।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button