ରାଜ୍ୟ

୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି  – Ibnodisha

[ad_1]

ଭୁବନେଶ୍ୱର : ଗ୍ରୀଷ୍ମପ୍ରବାହ ନେଇ କାଲି ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କଟକ, ନୟାଗଡ଼, ଢେଙ୍କାନାଳ, ଭଦ୍ରକ ଓ ଯାଜପୁରକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି କେନ୍ଦ୍ର। ଏବେ ଯେତିକି ଖରା ହେଉଛି, ତା’ଠାରୁ ଯଥେଷ୍ଟ ଅଧିକ ରହିବ ପାରଦ। ୨ କିମ୍ବା ୩ ନୁହେଁ, ଏକଥରେ ୬ ଡିଗ୍ରୀ ଯାଏ ବଢ଼ିବ ଦିନର ତାପମାତ୍ରା । ବିଶେଷ କରି ଉପକୂଳ ଓଡ଼ିଶାରେ ଅନୁଭୂତ ହେବ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଆଗାମୀ ୫ ଦିନ ଯାଏ ଅସହ୍ୟ ଗରମରୁ ମିଳିବନି କୌଣସି ପ୍ରକାରର ଆଶ୍ୱସ୍ତି।
ଗ୍ରୀଷ୍ମ ପ୍ରବାହକୁ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ସେହିପରି ଆସନ୍ତା ୫ ଦିନ ଯାଏ ଦିନ ତାପମାତ୍ରା ଅଧିକାଂଶ ସ୍ଥାନରେ ୪ରୁ ୬ ଡିଗ୍ରୀ ବୃଦ୍ଧି ପାଇବାର ଆଶଙ୍କା ଥିବା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କଟକ, ନୟାଗଡ଼, ଢେଙ୍କାନାଳ, ଭଦ୍ରକ ଓ ଯାଜପୁରକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି କେନ୍ଦ୍ର। ୨ଟା ୩୦ ସୁଦ୍ଧା ଭୁବନେଶ୍ୱର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଏଠାରେ ସର୍ବୋଚ୍ଚ ତାପମାତ୍ରା ୩୯.୬ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଚାନ୍ଦବାଲିରେ ୩୯.୨, ଝାରସୁଗୁଡ଼ା ୩୮.୮, ରାଉରକେଲା ୩୭.୮ ଡିଗ୍ରୀ, କେନ୍ଦୁଝର ୩୭.୪, ସମ୍ବଲପୁର ଓ ହୀରାକୁଦ ୩୭.୨ ଡିଗ୍ରୀ ତାପମାତ୍ରା ରହିଛି। ପାଣିପାଗ କେନ୍ଦ୍ର କହିଛି ଯେ ଏବେ ଓଡ଼ିଶା ମଧ୍ୟକୁ ଉତ୍ତରପଶ୍ଚିମର ଗରମ ପବନ ପ୍ରବାହିତ ହେଉଛି। ଏଥିସହ ସୂର‌୍ୟ୍ୟଙ୍କ ରଶ୍ମି ପ୍ରଖର ରହିଛି। ତେଣୁ ଦିନର ତାପମାତ୍ରା ଓଡ଼ିଶାର ଅଧିକାଂଶ ସ୍ଥାନରେ ୪ରୁ ୬ ଡିଗ୍ରୀ ବୃଦ୍ଧି ପାଇବ। ଏହାର ଅର୍ଥ ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିବ।
ଆସନ୍ତା ୪ରୁ ୫ ଦିନ ଯାଏ ତାପମାତ୍ରା ସ୍ୱାଭାବିକ ଠାରୁ ୩ରୁ ୫ ଡିଗ୍ରୀ ଅଧିକ ରହିପାରେ। ଏଥିପାଇଁ ଲୋକମାନେ ଦିନ ୧୧ଟାରୁ ଅପରାହ୍ନ ୩ଟା ଯାଏ ବାହାରକୁ ଯିବା ବେଳେ ଅତ୍ୟନ୍ତ ସତର୍କତା ଅବଲମ୍ବନ କରନ୍ତୁ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।
୧୭ ଓ ୧୮ ତାରିଖରେ ୟେଲୋ ୱାର୍ଣ୍ଣିଂ ଜୋନରେ ଥିବା ଜିଲ୍ଲା ଗୁଡ଼ିକ ହେଲେ – କଟକ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ଢେଙ୍କାନାଳ, ଅନୁଗୋଳ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର, କନ୍ଧମାଳରେ, କୋରାପୁଟ ଓ ମାଲକାନାଗିରି। ସେହିପରି ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ମୟୂରଭଞ୍ଜ, ଖୋର୍ଦ୍ଧା, କଟକ, ଅନୁଗୋଳ ଓ ନୟାଗଡ଼ର ଗୋଟିଏ ଦୁଇଟି ସ୍ଥାନରେ ଆସନ୍ତାକାଲି ଗରମ ଓ ଗୁଳୁଗୁଳି ମଧ୍ୟ ଅନୁଭୂତି ହେବ। କଟକ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ଢେଙ୍କାନାଳ, ଅନୁଗୋଳ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର ଓ କନ୍ଧମାଳରେ ଗ୍ରୀଷ୍ମ ପ୍ରବାହ ଦେଖିବାକୁ ମିଳିବ। ତେଣୁ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

The post ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି  appeared first on ONA KHABAR.

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button