ରାଜ୍ୟ

୧୮ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ; ଶ୍ରମିକଙ୍କୁ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ କାମ ନ କରାଇବାକୁ ନିର୍ଦ୍ଦେଶ – Ibnodisha

[ad_1]

ଭୁବନେଶ୍ୱର: ରାଜ୍ୟର ୧୮ଟି ସହରର ଦିନର ସର୍ବୋଚ୍ଚ ତାପମାତ୍ରା ଆଜି ୪୦ ଡିଗ୍ରୀ ସେଲ୍‌ସିୟସ ବା ତା’ ଉପରେ ରେକର୍ଡ କରାଯାଇଛି । ବାରିପଦାରେ ଆଜି ସବୁଠୁ ଅଧିକ ଖରା ହୋଇଛି । ଏଠାରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୧.୪ ଡିଗ୍ରୀ ରହିଥିଲା । ସେହିପରି କ୍ରମାଗତ ଭାବେ ତଳକୁ ରହିଛି ଭୁବନେଶ୍ୱର,ଚାନ୍ଦବାଲି ଓ ନୂଆପଡ଼ା । ଏହି ତିନୋଟି ସହରର ତାପମାତ୍ରା ମଧ୍ୟ ୪୧.୨ଂ ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।
ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ବର୍ତ୍ତମାନ ବାୟୁମଣ୍ଡଳର ନିମ୍ନ ଭାଗରେ ରାଜ୍ୟକୁ ପଶ୍ଚିମ ତଥା ଉତ୍ତରପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବେଶ କରୁଛି ତଥା ସୂର୍ଯ୍ୟ କିରଣର ତୀବ୍ରତା ବୃଦ୍ଧି ପାଉଥିବାରୁ ଆଗାମୀ ୪ ରୁ ୫ ଦିନ ମଧ୍ୟରେ ରାଜ୍ୟରେ ଅନେକ ସ୍ଥାନରେ ଦିନ ତାପମାତ୍ରା ଧୀରେ ଧୀରେ ୪ ରୁ ୬ ଡିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ରେକର୍ଡ ହେବା ସହ ୧୭ ରୁ ୨୦ ତାରିଖ ମଧ୍ୟରେ କିଛି ଜିଲ୍ଲାରେ ୪୩ ରୁ ୪୫ଡିଗ୍ରୀ ଯାଏଁ ତାପମାତ୍ରା ରେକର୍ଡ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏଭଳି ପାଣିପାଗ ସ୍ଥିତିକୁ ଲକ୍ଷ୍ୟ କରି ବିଭାଗ ତରଫରୁ ଆଗାମୀ ୫ ଦିନ ଯାଏଁ ଗ୍ରୀଷ୍ମ ପ୍ରବାହ ପାଇଁ ଚେତାବନୀ ଜାରି କରାଯାଇଛି । ପାଣିପାଗ ବିଭାଗ କରିଥିବା ଆକଳନ ଅନୁଯାୟୀ, ଆସନ୍ତାକାଲି ରାଜ୍ୟର ୩୦ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ବା ତା’ ଉପରେ ରହିବ । ଗ୍ରୀଷ୍ମ ପ୍ରବାହ ନେଇ ଆସନ୍ତାକାଲି ପାଇଁ ନୟାଗଡ଼, ଖୋର୍ଦ୍ଧା, ଢେଙ୍କାନାଳ, କେନ୍ଦୁଝର, ଭଦ୍ରକ ଓ କେନ୍ଦ୍ରାପଡ଼ା ପ୍ରଭୃତି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୭ ତାରିଖରେ ହିଟ୍ ୱେଭ୍ ନେଇ ମାଲକାନଗିରି, କୋରାପୁଟ, କନ୍ଧମାଳ, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କଟକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ହିଟ୍ ୱେଭ ନେଇ ୧୮ ତାରିଖ ପାଇଁ ମାଲକାନଗିରି, କୋରାପୁଟ, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ନୟାଗଡ଼, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ମୟୂରଭଞ୍ଜ,ବାଲେଶ୍ୱର ଓ ଭଦ୍ରକ ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୯ ତାରିଖରେ ମାଲକାନଗିରି, କୋରାପୁଟ, କଳାହାଣ୍ଡି,ବଲାଙ୍ଗିର, ସୋନପୁର, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ନୟାଗଡ଼, ଢେଙ୍କାନାଳ, କେନ୍ଦୁଝର, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୦ ତାରିଖ ପାଇଁ ମାଲକାନଗିରି, କଳାହାଣ୍ଡି, ବଲାଙ୍ଗିର, ସୋନପୁର, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଅନୁଗୋଳ, ଖୋର୍ଦ୍ଧା, ଢେଙ୍କାନାଳ,କେନ୍ଦୁଝର, କଟକ, ଯାଜପୁର ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ସୋମବାର ଦିନର ତାପମାତ୍ରାରେ ମାଲକାନଗିରିରେ ୪୧.୧ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ବୌଦ୍ଧରେ ୪୧ଂ, ଝାରସୁଗୁଡ଼ାରେ ୪୧ଂ, ଟିଟିଲାଗଡ଼ରେ ୪୧ଂ,ଜଗତସିଂହପୁରରେ ୪୧ଂ, ପାରଳାଖେମୁଣ୍ଡିରେ ୪୧ଂ, କେନ୍ଦ୍ରାପଡ଼ାରେ ୪୦.୨ଂ, ଖୋର୍ଦ୍ଧାରେ ୪୦.୫ଂ, ନୟାଗଡ଼ରେ ୪୦.୫ଂ, ଭବାନୀପାଟଣାରେ ୪୦ଂ, ବଲାଙ୍ଗିରରେ ୪୦ଂ, ଯାଜପୁରରେ ୪୦ଂ ଓ ଭଦ୍ରକରେ ୪୦ ଡିଗ୍ରୀ ରେକର୍ଡ କରାଯାଇଥିଲା । ଅନ୍ୟପକ୍ଷରେ କଟକରେ ଆଜି ଦିନର ସର୍ବୋଚ୍ଚ ତାପମାତ୍ରା ୩୯.୮ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଅନୁଗୋଳରେ ୩୯.୭ଂ, ହୀରାକୁଦରେ ୩୯.୬ଂ,ଢେଙ୍କାନାଳରେ ୩୯.୬ଂ, ସମ୍ବଲପୁରରେ ୩୯.୬ଂ, ରାଉରକେଲାରେ ୩୯.୬ଂ, କେନ୍ଦୁଝର ୩୯ଂ, ସୋନପୁର ଓ ରାୟଗଡା ୩୯ଂ ଓ ସୁନ୍ଦରଗଡ଼ରେ ୩୯.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି ।
ଅପରପକ୍ଷେ ଶ୍ରମିକଙ୍କୁ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ କାମ ନ କରାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ପାଣିପାଗ ବିଭାଗ ପକ୍ଷରୁ ଆସନ୍ତା ୫ ଦିନ ଅସହ୍ୟ ଝାଞ୍ଜି ବହିବା ପୂର୍ବାନୁମାନ କରାଯାଇଛି । ଏହାକୁ ନେଇ ଓଡ଼ିଶା ରାଜ୍ୟ ସ୍ୱତନ୍ତ୍ର ରିଲିଫ୍ କମିସନର (ଏସଆରସି) ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ପକ୍ଷରୁ ଏକ ସରକାରୀ ନିର୍ଦ୍ଦେଶ ଜାରି କରିଛନ୍ତି । ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ଭିତରେ ଶ୍ରମିକଙ୍କୁ କାମ ନ କରାଇବାକୁ ନିର୍ଦ୍ଦେଶରେ ଉଲ୍ଲେଖ କରାଯାଇଛି । ପ୍ରବଳ ଖରାରେ କାମ କରାଇଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏନେଇ ଏସଆରସି ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ନିର୍ଦ୍ଦେଶର ଅବମାନନା ହେଲେ ସମ୍ପକ୍ତ ଅଧିକାରୀ ଦାୟୀ ରହିବେ । ରାଜ୍ୟର କେତେକ ଜିଲ୍ଲାରେ ଶ୍ରମିକଙ୍କୁ ପ୍ରବଳ ଖରା ଏବଂ ଝାଞ୍ଜିରେ କାମ କରାଯାଉଥିବା ଅଭିଯୋଗ ଆସିବା ପରେ ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button