ରାଜ୍ୟ

ଗେଷ୍ଟ ହାଉସରୁ ବ୍ୟବସାୟୀଙ୍କ ମୃତଦେହ ଉଦ୍ଧାର – Ibnodisha

[ad_1]

ଭୁବନେଶ୍ବର : ରାଜଧାନୀର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଭୁବନେଶ୍ୱର ମୈତ୍ରିବିହାର ଥାନା ଅନ୍ତର୍ଗତ ଏକ ଗେଷ୍ଟ ହାଉସରୁ ସନ୍ଦେହଜନକ ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି।
ମୃତକ ହେଉଛନ୍ତି ତପନ ପ୍ରସାଦ ଆଚାର‌୍ୟ୍ୟ। ସେ ଶୁଭମ ବାୟୋ-ସିଏନଜି ପ୍ରାଇଭେଟ ଲିମିଟେଡର ମାଲିକ ଥିଲେ ବୋଲି ଜଣାପଡିଛି। ତାଙ୍କ ଘର ଫୁଲବାଣୀ ସଦର ଥାନା ଲେଙ୍ଗର ସାହି ଅଞ୍ଚଳରେ।
ତପନ ମଙ୍ଗଳବାର ଦିନ କର୍ପୋରେଟ ମିଟିଂ ପାଇଁ ଭୁବନେଶ୍ୱର ଆସିଥିଲେ। ସେହି ଦିନ ସେ ଗେଷ୍ଟ ହାଉସରେ ଚେକ୍ ଇନ୍ କରି ୨୦୨ ନମ୍ବର ରୁମରେ ରହୁଥିଲେ। ଗତକାଲି ତାଙ୍କ ମୃତଦେହ ଗେଷ୍ଟ ହାଉସରୁ ମିଳିଥିଲା। ପୁଲିସ ମୃତଦେହକୁ ଉଦ୍ଧାର ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଇଛି।
ଗତକାଲି ତାଙ୍କ ମୃତଦେହ ମିଳିବା ପରେ ପୁଲିସ ତପନଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲା। ତେବେ ତପନଙ୍କ କିଭଳି ମୃତ୍ୟୁ ହେଲା, ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି ଏପର‌୍ୟ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button