ରାଜ୍ୟ

ଅସହ୍ୟ ଗ୍ରୀଷ୍ମରେ ପାୱାର୍ କଟ୍ – Ibnodisha

[ad_1]

ଭୁବନେଶ୍ୱର : ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍ କଟକୁ ନେଇ ଖବର ପ୍ରସାରଣ ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ ବିତରଣ କମ୍ପାନୀକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର। ସୋଶାଲ ମିଡ଼ିଆ X ଜରିଆରେ TPCODL ସିଇଓ ଏବଂ ଶକ୍ତି ବିଭାଗ ସଚିବଙ୍କୁ ଟ୍ୟାଗ୍ କରି SRC ଜଣାଇଛନ୍ତି।

ବିଶେଷ କରି ଭୁବନେଶ୍ୱର ସହର ଭିତରେ ବାରମ୍ବାର ବିଦ୍ୟୁତ କାଟ୍ ଯୋଗୁ ଗ୍ରୀଷ୍ମ ସହ ଗୁଳୁଗୁଳିରେ ଲୋକେ ହନ୍ତସନ୍ତ ହେଉଥିବା ଅଭିଯୋଗ ହୋଇଛି। ତେଣୁ ଏହି ସମସ୍ୟାର ତୁରନ୍ତ ସମାଧାନ ଦିଗରେ ପଦକ୍ଷେପ ନେବାକୁ ବିଦ୍ୟୁତ ବିତରଣ କମ୍ପାନୀକୁ କହିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର। ଟାଟା ପାୱାରର ଅଘୋଷିତ ପାୱାର କଟ୍ ଏବଂ ଲୋକଙ୍କ ସମସ୍ୟା ସଂପର୍କରେ ଖବର ପ୍ରସାରଣ ହୋଇଥିଲା। ଅନେକ ସ୍ଥାନରେ ମେଣ୍ଟେନାନ୍ସ ଆଳରେ କେମିତି ବାରମ୍ବାର ପାୱାର କଟ୍ ହେଉଛି, ସେନେଇ ଜନ ଅସନ୍ତୋଷ ଦେଖାଦେଇଥିଲା। ଏହି ଖବର ପରେ ରାଜ୍ୟ ସରକାର ତତ୍ପର ହେବା ସହ ବିଦ୍ୟୁତ ବିତରଣ କମ୍ପାନୀକୁ ଏ ଦିଗରେ ଦୃଷ୍ଟି ଦେବାକୁ SRC କହିଛନ୍ତି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button