ଅପ୍ରେଲ ୨୫ରୁ ଗ୍ରୀଷ୍ମ ଛୁଟି ଘୋଷଣା – Ibnodisha

[ad_1]
ଭୁବନେଶ୍ୱର : ଅପ୍ରିଲ ୨୫ରୁ ଖରା ଛୁଟି ଘୋଷଣା କଲେ ରାଜ୍ୟ ସରକାର । ୨୨ରୁ ୨୪ ତାରିଖ ଯାଏଁ ସକାଳ ୬ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ହେବ ପାଠପଢ଼ା । ସମ୍ଭାବ୍ୟ ଗ୍ରୀଷ୍ମପ୍ରବାହ ଓ ପାଣିପାଗ ବିଭାଗର ସୂଚନାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଚଳିତ ଅପ୍ରେଲ ୨୨ (ସୋମବାର)ରୁ ୨୪ ତାରିଖ (ବୁଧବାର) ପର୍ଯ୍ୟନ୍ତ ତିନିଦିନ ପାଇଁ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ଖୋଲିବା ପାଇଁ ନିଷ୍ପରି ନେଇଛନ୍ତି । ଚଳିତ ଅପ୍ରେଲ ୨୫ ତାରିଖ (ଗୁରୁବାର)ଠାରୁ ଗ୍ରୀଷ୍ମ ଛୁଟି ପାଇଁ ମଧ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଗ୍ରୀଷ୍ମ ଛୁଟି ସମୟରେ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଛାତ୍ରଛାତ୍ରୀ, ଶିକ୍ଷକଶିକ୍ଷୟିତ୍ରୀମାନଙ୍କ ପାଇଁ ଶିକ୍ଷା ତଥା ଶୈକ୍ଷିକ କାର୍ଯ୍ୟକ୍ରମ ନିମନ୍ତେ ରାଜ୍ୟ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ, ରାଜ୍ୟ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ବିଦ୍ୟାଳୟ ପରିଚାଳନା କରାଯିବ ।
ରାଜ୍ୟରେ ଖରାର ପ୍ରକୋପ ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର ଏଥିପାଇଁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍ ସବୁ ଆସନ୍ତା ୨୫ରୁ ଖରାଛୁଟି ଘୋଷଣା କରାଯାଇଛି । ଏ ନେଇ ସୂଚନା ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏକ ବଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟରେ ତାତି ବଢ଼ି ଚାଲିଛି। ଲୋକେ ଖରାଗରମରେ ଆଉଟୁପାଉଟୁ ହେଉଛନ୍ତି। ପୂର୍ବାହ୍ନ ସାଢ଼େ ୧୧ ସୁଦ୍ଧା ଝାରସୁଗୁଡ଼ା ଏବଂ କେନ୍ଦୁଝରରେ ତାପମାତ୍ରା ୪୧ ଡିଗ୍ରୀରୁ ଅଧିକ ରହିଛି।
ସେହିପରି ଭୁବନେଶ୍ୱରରେ ତାପମାତ୍ରା ୪୦.୭ ଡିଗ୍ରୀ, ବାଲେଶ୍ୱରରେ ୪୦.୧ ଡିଗ୍ରୀ, ରାଉରକେଲାରେ ତାପମାତ୍ରା ୩୯.୬ ଡିଗ୍ରୀ ରହିଛି। ଆଜି କେନ୍ଦୁଝର ଏବଂ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ଭାବେ ପରିଗଣତ ହୋଇଛି। ଆଜି ଗ୍ରୀଷ୍ମ ପ୍ରବାହ ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଂଜ, କେନ୍ଦୁଝର ଓ ଅନୁଗୁଳ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରିଛି ।
[ad_2]