ରାଜ୍ୟ

ପୁଣି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପାଖରେ ବିଜେଡି ଫେରାଦ – Ibnodisha

[ad_1]

ଭୁବନେଶ୍ୱର : ବାରମ୍ବାର ଆଚରଣ ବିଧି ଉଲ୍ଲଂଘନ କରୁଛନ୍ତି ବିଜେପିର ଭୁବନେଶ୍ୱର ସାଂସଦ ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ। ପିଲାଙ୍କୁ ନିର୍ବାଚନ ପ୍ରଚାରରେ ବ୍ୟବହାର କରୁଛନ୍ତି। ବହୁବାର ଅଭିଯୋଗ ପରେ ବି ଅପରାଜିତା ତାଙ୍କ ଅଭ୍ୟାସ ବଦଳାଉ ନାହାନ୍ତି। ଏନେଇ ପୁଣି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପାଖରେ ଫେରାଦ ହୋଇଛି ବିଜେଡି । କିଛିଦିନ ତଳେ ଖୋର୍ଦ୍ଧା ଓ ଭୁବନେଶ୍ୱରରେ ଅପରାଜିତା ପ୍ରଚାର କରିବା ବେଳେ ଛୋଟପିଲାଙ୍କ ବେକରେ ବିଜେପି ଉତ୍ତରୀୟ ପକାଇ ବୁଲାଇଥିଲେ । ନିର୍ବାଚନରେ ଛୋଟପିଲାଙ୍କୁ ବ୍ୟବହାର କରିବା ସମ୍ପୂର୍ଣ୍ଣ ମନା। କିନ୍ତୁ ଅପରାଜିତା ଷଡ଼ଙ୍ଗୀ ଛୋଟପିଲାଙ୍କୁ ନିର୍ବାଚନ ପ୍ରଚାରରେ ବାରମ୍ବାର ବ୍ୟବହାର କରୁଛନ୍ତି। ଗତକାଲି ଜଟଣୀ ଅଞ୍ଚଳରେ ଏଭଳି ଦେଖିବାକୁ ମିଳିଥିଲା। ଅପରାଜିତା ପିଲାଙ୍କୁ ଉତ୍ତପ୍ତ ଖରାରେ ନିର୍ବାଚନ ପ୍ରଚାରରେ ବୁଲାଇଥିଲେ। ଯାହାର ଫଟୋ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ବିଜେଡି ପ୍ରଦାନ କରିଛି। ତେଣୁ ଅପରାଜିତାଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ପାଇଁ ଦାବି କରିଛି ବିଜେଡି ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button