ଆସୁଛି ବଡ଼ କାଳବୈଶାଖୀ, ଏହି ସବୁ ଜିଲ୍ଲାରେ ତାଣ୍ଡବ ରଚିବ ବିଜୁଳି ଘଡ଼ଘଡ଼ି, ସତର୍କ ରୁହନ୍ତୁ

ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ୧୫ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି। ବଜ୍ରପାତ ଆଶଙ୍କା ଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। କାଳବୈଶାଖୀ ଯୋଗୁଁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରୁ ମିଳିପାରେ ଆଶ୍ୱସ୍ତି।
ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ପ୍ରଭାବ ଜାରି ରହିବ ବୋଲି କହିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। କାଳବୈଶାଖୀ ପରେ ରାଜ୍ୟରେ ଅସହ୍ୟ ଗରମରୁ ଆଶ୍ୱସ୍ତି ମିଳିପାରିବ ବୋଲି ମଧ୍ୟ ପଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
ପ୍ରଚଣ୍ଡ ବିଜୁଳି ଘଡଘଡି ସହ ଝଡ ବର୍ଷା ନେଇ ଆଜି ୧୯ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡ, ସୋନପୁର, ବୌଦ୍ଧ, ବଲାଙ୍ଗିର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ରାୟଗଡା, ନବରଙ୍ଗପୁରରେ ଝଡତୋଫାନ ହେବା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକରେ ବର୍ଷା ସାଙ୍ଗକୁ ପବନର ବେଗ ବୃଦ୍ଧି ହୋଇ ୪୦-୫୦ କିମି ପର୍ଯ୍ୟନ୍ତ ପହଞ୍ଚିପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।