ରାଜ୍ୟ

ତାତି ପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ – Ibnodisha

[ad_1]

ଭୁବନେଶ୍ୱର: ରାଜ୍ୟବାସୀଙ୍କୁ ତାତିରୁ ମିଳିବନି ତ୍ରାହି । ୫ ଦିନ ଯାଏଁ ଜଳିବ ଓଡ଼ିଶା । ଅନେକ ସ୍ଥାନରେ ଦିନ ତାପମାତ୍ରା ୪ରୁ ୬ ଡିଗ୍ରୀ ଯାଏଁ ବଢ଼ିବା ସମ୍ଭାବନା ରହିଛି । ଅସହ୍ୟ ତାତି ସହ ଗରମ ଓ ଗୁଳୁଗୁଳିରୁ ମିଳିବନି ନିସ୍ତାର । ଅସହ୍ୟ ଗ୍ରୀଷ୍ମ ପ୍ରବାହ ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ନୂଆପଡ଼ା ଜିଲ୍ଲାକୁ ସତର୍କତା ଜାରି ହୋଇଛି । ସେହିପରି ଗରମ ଓ ଗୁଳୁଗୁଳିରେ ଆଉଟୁପାଉଟୁ ହେବେ ୧୧ ଜିଲ୍ଲାବାସୀ । ସେହିସବୁ ଜିଲ୍ଲା ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି । ସେହିପରି କଳାହାଣ୍ଡି, କନ୍ଧମାଳ, ଗଂଜାମ, ଗଜପତି ଓ ନୟାଗଡ ଭଳି ୫ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button