ରାଜ୍ୟ

ଆଜିର ଅନୁଚିନ୍ତା – Ibnodisha

[ad_1]

ତଳେ ପଡ଼ିଥିଲେ ଉଠାଇବେ ନାହିଁ*
କେହି କା’ର ହାତ ଧରି,
ଉପରକୁ ଉଠି ପଡ଼ିଲେ ଗୋଡ଼କୁ
ଟାଣିକି ଦେବେ କଚାଡ଼ି ।

ତିନୋଟି ଜିନିଷ ମଣିଷକୁ ଧ୍ବଂସ କରିଦିଏ……
ଲୋଭ, ଅହଙ୍କାର ଏବଂ ହିଂସା ।

ଯଦି କାହାପାଇଁ କିଛି କରୁଛ ତା’ର ହିସାବ ରଖିଥାଅ….
କାହିଁକି ନା ଆଜିକାଲି ଲୋକେ ବହୁତ ଜଲଦି ପଚାରି ଦିଅନ୍ତି ତୁମେ ମୋ ପାଇଁ କ’ଣ କରିଥିଲ….?

ନିଜକୁ କେବେ Weak ଭାବନ୍ତୁ ନାହିଁ, ଏତେ ବଡ଼ ଦୁନିଆରେ ମୁଁ କଣ କରିପାରିବି ବୋଲି ଭାବୁଥିବା ଲୋକ ଥରେ ମୁଣ୍ଡ ଉପରକୁ କରି ଚାହାଁନ୍ତୁ ଦେଖିବେ କେବଳ ସୂର୍ଯ୍ୟ ହିଁ ଏକା World କୁ ଆଲୋକିତ କରି ପାରୁଛନ୍ତି । .
ସଂସାରରେ କେହି ବି ସର୍ବଗୁଣ ସମ୍ପନ୍ନ ବ୍ୟକ୍ତି ନୁହନ୍ତି….

ତେଣୁ

ଏକ ଭଲ ସମ୍ପର୍କ ପାଇଁ କିଛି ଖରାପ ଗୁଣକୁ ଅଣଦେଖା କରିଦେବା ଉଚିତ୍….
ଜୟ ଶ୍ରୀ ଜଗନ୍ନାଥ

ଅଦ୍ୟ ଅପ୍ରେଲ ମାସ ୨୮ ତାରିଖ ୨୦୨୪ ମସିହା(ରବିବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-ପିଙ୍ଗଳ
ବୈଶାଖମାସ- କୃଷ୍ଣପକ୍ଷ
ତିଥି- ଚତୁର୍ଥୀ ଦିବା ଘ୦୮/୧୯ ଗତେ ପଞ୍ଚମୀ
ନକ୍ଷତ୍ର- ମୂଳା
ଚନ୍ଦ୍ର- ଧନୁ
ଯୋଗ- ଶିବ
କରଣ – ବାଳବ
ସୌରମାସ- ମେଷ ୧୫ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୨୪/୧୨
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୫/୦୭
*✧═════•❁❀
ଯୋଗିନୀ ନୈରୁତେ ଦିବା ଘ୦୮/୧୯ ଗତେ ଦକ୍ଷିଣେ
ପଞ୍ଚମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ତୁଳା ଓ କୁମ୍ଭ ରାଶିର ଘାତଚନ୍ଦ୍ର
ମେଷ ରାଶି ର ଘାତବାର
ଅଦ୍ୟ ମୃତେ ଏକପାଦ ପୁଷ୍କରଦୋଷ
✧═════•❁❀❁•═══
କାଳବେଳା ଓ ବାରବେଳା – ଦିବା ଘ୧୦/୦୨ ଗତେ ଘ୦୧/୧୨ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୦୮ ଗତେ ଘ୦୯/୨୧ ମଧ୍ୟେ ଓ ରାତ୍ରି ଘ୦୭/୪୨ ଗତେ ଘ୦୯/୧୯ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୬/୦୮ ମଧ୍ୟେ ଓ ରାତ୍ରି ଘ୦୬/୫୫ ଗତେ ଘ୦୭/୪୧ ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ବେଲ ଭକ୍ଷଣ ନିଷେଧ

✧═════•❁❀❁•═════✧
ଆଜିର ରାଶିଫଳ
✧═════•❁❀❁•═════✧
ମେଷ
ଆଜି ସକାଳୁ ସକାଳୁ ଦେବଦର୍ଶନ ର ସୁଯୋଗମିଳିବ ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ।*
✧═════•❁❀❁•═════✧
ବୃଷ
ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ।*
✧═════•❁❀❁•═════✧
ମିଥୁନ
ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ।*
✧═════•❁❀❁•═════✧
କର୍କଟ
ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।*
✧═════•❁❀❁•═════✧
ସି˚ହ
ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତରହିବେ।*
✧═════•❁❀❁•═════✧
କନ୍ୟା
ଆଜି ଆପଣଙ୍କ ମନ ଅଶାନ୍ତି ରହିବା ସହ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ମିଳିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ।*
✧═════•❁❀❁•═════✧
ତୁଳା
: ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।*
✧═════•❁❀❁•═════✧
ବିଛା
ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।*
✧═════•❁❀❁•═════✧
ଧନୁ
ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।*
✧═════•❁❀❁•═════✧
ମକର
ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମପ୍ରସଙ୍ଗ ଓ ବ୍ୟବସାୟରେ ରେ ସଫଳତା ମିଳିବ।*
✧═════•❁❀❁•═════✧
କୁମ୍ଭ
ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।*
✧═════•❁❀❁•═════✧
ମୀନ
: ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ। ପ୍ରେମ ସମ୍ପର୍କରେ ମଧୂରତା ସହ ସିକୃତି ମିଳିପାରେ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button