ରାଜ୍ୟ

ସତ୍ୟଭାମାପୁରରେ ପହଞ୍ଚିଲେ ରାହୁଲ ଗାନ୍ଧି – Ibnodisha

[ad_1]

ଭୁବନେଶ୍ୱର : ଓଡ଼ିଶାରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ ସତ୍ୟଭାମାପୁରରେ ପହଞ୍ଚିଛନ୍ତି ରାହୁଲ ଗାନ୍ଧୀ । ମଧୁବାବୁଙ୍କ ଜନ୍ମଜୟନ୍ତୀ ଉପଲକ୍ଷେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି ରାହୁଲ । ସେଠାରେ କିଛି ସମୟ ସ୍ମୃତିଚାରଣ କରିବା ପରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ଏହାପରେ କସ୍ତୁରବା ଆଶ୍ରମ ଯାଇ ସେଠାରେ ଛାତ୍ରଛାତ୍ରୀଙ୍କୁ ଭେଟିବା ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି । ସତ୍ୟଭାମାପୁରରେ କିଛି ସମୟ ବିତାଇବା ପରେ ରାହୁଲ ଗାନ୍ଧୀ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ସାଲେପୁରର କୁଳିଆରେ ପହଞ୍ଚିବେ । ସେଠାରେ ନ୍ୟାୟ ସମାବେଶରେ ଯୋଗ ଦେଇ ଜନସଭାକୁ ସମ୍ବୋଧିତ କରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ଆଜି ରାହୁଲ ଗାନ୍ଧୀ ଦିନ ୧୧ଟା ୪୫ ମିନିଟ୍ ସମୟରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button