ରାଜ୍ୟ

ପ୍ରବଳ ତାତି : ୧୩ ଓ ୧୭ ଜିଲ୍ଲାକୁ ରେଡ୍ ଓ ଅଂରେଜ ୱାର୍ଣ୍ଣିଂ – Ibnodisha

[ad_1]

ଭୁବନେଶ୍ୱର : ଆଜି ଉଭୟ ଭୁବନେଶ୍ୱର ଓ କଟକ ସହରରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି। ଏହାରି ଭିତରେ ରାଜଧାନୀ ଭୁବନେଶ୍ୱରରେ ରେକର୍ଡ ଭାଙ୍ଗିଛି ତାପମାତ୍ରା। ୨୪ ଘଣ୍ଟା ପାଇଁ ୧୩ ଜିଲ୍ଲାକୁ ରେଡ୍ ଆର୍ଲଟ ଜାରି କରାଯାଇଛି। ଭୁବନେଶ୍ୱରରେ ଚଳିତ ସିଜିନରେ ସର୍ବାଧିକ ତାପମାତ୍ରା ରେକର୍ଡ ହୋଇଛି। ଦିନ ୧୧ଟା ୩୦ ସୁଦ୍ଧା ରାଜଧାନୀରେ ୪୧.୬ ତାପମାତ୍ରା ରେକର୍ଡ ହୋଇଛି। ଏହାପୂର୍ବରୁ କଟକ ଓ ଭୁବନେଶ୍ୱର ସମେତ ଆଜି ୧୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।
୧୭ ଜିଲ୍ଲାକୁ ଅଂରେଜ ୱାର୍ଣ୍ଣିଂ ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ୩୦ ତାରିଖ ପର୍ଯ୍ୟନ୍ତ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ। ଅସହ୍ୟ ତାତି ପାଇଁ ଉତ୍ତର ଓଡ଼ିଶା, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲା ପାଇଁ ମଧ୍ୟ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଆଗାମୀ ୨୪ ଘଣ୍ଟା ପାଇଁ ମୟୂରଭଞ୍ଜ, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର, ନୂଆପଡ଼ା, ଅନୁଗୁଳ, ଯାଜପୁର ଓ ଖୋର୍ଦ୍ଧା ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ସୋନପୁର, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ନବରଙ୍ଗପୁର, ଦେବଗଡ଼, ବରଗଡ଼ ଓ ରାୟଗଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହା ସହ କୋରାପୁଟ ଓ ପୁରୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button