ରାଜ୍ୟ

ପ୍ରବଳ ତାତି: ଏହି ସବୁ ଜିଲ୍ଲାକୁ ରେଡ ଓ ଅରେଞ୍ଜ ଆଲର୍ଟ ଜାରି – Ibnodisha

[ad_1]

ଭୁବନେଶ୍ବର : ରାଜ୍ୟରେ ସୋମବାର ସକାଳୁ ସକାଳୁ ଆରମ୍ଭ ହୋଇଯାଇଛି ନିଆଁ ବର୍ଷା । ସକାଳ ସାଢ଼େ ୮ଟା ସୁଦ୍ଧା ୩୩ ଡିଗ୍ରୀ ପାର କରିଛି ୧୦ ସହରର ତାପମାତ୍ରା । ୩୬ ଡିଗ୍ରୀ ସହ ବାଲେଶ୍ୱର ଓ ବାରିପଦା ସବୁଠୁ ଉତପ୍ତ ସହର ପାଲଟିଛି । ମାଲକାନଗିର ଓ କେନ୍ଦୁଝରରେ ୩୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଭବନୀପାଟଣାରେ ପାରଦ ୩୪.୪, ଭୁବନେଶ୍ୱରରେ ୩୩.୮, କଟକରେ ୩୨.୬ ଡିଗ୍ରୀ ରେକର୍ଡ ହୋଇଛି । ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ରାଜ୍ୟକୁ ଶୁଷ୍କ ଓ ଗରମ ବାୟୁର ପ୍ରବାହ ହେତୁ ଆସନ୍ତା ୨୪ ଘଣ୍ଟାରେ ଆହୁରି ୨ ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ। ଏହାଦ୍ୱାରା ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ସ୍ୱାଭାବିକଠାରୁ ୪-୬ ଡିଗ୍ରୀ ପର୍ୟ୍ୟନ୍ତ ଅଧିକ ରହିବ। ଏଭଳି ସ୍ଥିତି ଆଗକୁ ଜାରି ରହିବା ସହ ଆସନ୍ତା ୩ ଦିନ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଭୀଷଣ ଗ୍ରୀଷ୍ମ ପ୍ରବାହ ଓ ଗ୍ରୀଷ୍ମ ପ୍ରବାହ ଭଳି ସ୍ଥିତି ସୃଷ୍ଟି ହେବ। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୩ ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ରେଡ୍‌‌ ଓ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ସୋମବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ଅନୁ‌ଗୋଳ, ଢେଙ୍କାନାଳ, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ନୟାଗଡ଼, କଟକ, ଖୋର୍ଦ୍ଧା ଓ ଯାଜପୁର ଆଦିରେ ଭୀଷଣ ଗ୍ରୀଷ୍ମ ପ୍ରବାହ ହେବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ରେଡ୍‌‌ ଆଲର୍ଟ ଜାରି କରିଛି। ସେହିପରି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ରାୟଗଡ଼ା, ମାଲକାନଗିରି, କୋରାପୁଟ, ଦେବଗଡ଼ ଓ ବରଗଡ଼ରେ ଗ୍ରୀଷ୍ମ ପ୍ରବାହ ଆଶଙ୍କା କରି ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button