ରାଜନୀତି

୩ରେ ରାୟଗଡା ଆସିବେ ରାହୁଲ – Ibnodisha

[ad_1]

ଭୁବନେଶ୍ୱର : ମେ’ ୩ ତାରିଖରେ ଓଡିଶା ଆସିବେ ରାହୁଲ ଗାନ୍ଧି । ୩ରେ ରାୟଗଡା ଆସିବେ ରାହୁଲ ଗାନ୍ଧି । ରାହୁଲ ଗାନ୍ଧିଙ୍କ ଗସ୍ତକୁ ନେଇ ସୂଚନା ଦେଲେ ଭକ୍ତ ଦାସ । ପ୍ରିୟଙ୍କା ଗାନ୍ଧିଙ୍କ ମଧ୍ୟ ନବରଙ୍ଗପୁର ଗସ୍ତ କାର୍ଯ୍ୟକ୍ରମ ରହିଛି । ତେବେ ସେ ସାଧାରମ ସଭାରେ ଯୋଗଦେବେ , କେବେ ଆସିବେ ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ । ସୂଚନା ଅନୁଯାୟୀ, ଗତ ୨୮ ତାରିଖରେ ଓଡ଼ିଶା ଆସିଥିଲେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧି। ରାହୁଲ ଗାନ୍ଧି ସେ ଦିନ ୧୧ଟା ୩୦ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି। ଏହାପରେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ କଟକର ସତ୍ୟଭାମାପୁର ଯାଇଥିଲେ। ସେଠାରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବାପରେ ସତ୍ୟଭାମାପୁରରୁ ହେଲିକପ୍ଟର ଯୋଗେ ସାଲେପୁର ଯାଇଥିଲେ। ଦିନ ୧୨ଟା ୨୫ରୁ ୧ଟା ୪୫ ଯାଏଁ ସାଲେପୁରରେ ସାଧାରଣ ସଭାରେ ଜନସାଧାରଣଙ୍କୁ ସମ୍ବୋଧନ କରିଥିଲେ ରାହୁଲ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button