ରାଜ୍ୟ

କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ – Ibnodisha

[ad_1]

ଭୁବନେଶ୍ୱର : ଆଜି କଣ୍ଟାବାଞ୍ଜି ବିଧାନସଭା ଆସନରୁ ନାମାଙ୍କନ ଭରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହା ହେଉଛି ନବୀନଙ୍କ ଦ୍ୱିତୀୟ ନିର୍ବାଚନ କ୍ଷେତ୍ର । ଏହି ଜାଗାରୁ ପ୍ରଥମ ଥର ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ନବୀନ ପଟ୍ଟନାୟକ। ପୂର୍ବରୁ ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରି ସାରିଛନ୍ତି ମୁଖ୍ୟମନ୍ତ୍ରୀ। ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ଟିଟିଲାଗଡ଼ରେ ପହଞ୍ଚିବା ପରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ନାମାଙ୍କନ ଭରିଛନ୍ତି ନବୀନ। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ନାମାଙ୍କନପତ୍ର ଦାଖଲ ପାଇଁ ଜିଲ୍ଲା ପ୍ରଶାସନ ଓ ପୁଲିସ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ହୋଇଛି । ସୂଚନାଅନୁଯାୟୀ, ମଙ୍ଗଳବାର ମୁଖ୍ୟମନ୍ତ୍ରୀ ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଥିଲେ । ପ୍ରାର୍ଥିପତ୍ର ଦାଖଲ କରିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ମା’ତାରା ତାରିଣୀଙ୍କ ପୀଠକୁ ଯାଇ ପୂଜାର୍ଚ୍ଚନା କରିଥିଲେ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button