ରାଜନୀତି

ଆଜି ନାମାଙ୍କନ ଭରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ – Ibnodisha

[ad_1]

ସମ୍ବଲପୁର : ସମ୍ବଲପୁର ଲୋକସଭା ପାଇଁ ଆଜି ନାମାଙ୍କନ ଦାଖଲ କରିବେ ବିଜେପି ପ୍ରାର୍ଥୀ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ନାମାଙ୍କନ ପୂର୍ବରୁ ମା’ ସମଲେଇଙ୍କୁ ଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ଆଜି ବିରାଟ ଶୋଭାଯାତ୍ରାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିବେ । ସମଲେଶ୍ୱରୀ ମନ୍ଦିର ଦର୍ଶନ ପରେ ରାମଜୀ ମନ୍ଦିର, ବାଲିବନ୍ଧ, କୁଞ୍ଜେଲପଡ଼ା, ଝାଡୁଆପଡ଼ା, ନନ୍ଦପଡ଼ା, ଦଲେଇପଡ଼ା ଓ ମୁନିସିପାଲିଟି ଛକ ଦେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିବ ନାମାଙ୍କନ ଶୋଭାଯାତ୍ରା । ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ସମ୍ବଲପୁର ବିଧାନସଭା ପ୍ରାର୍ଥୀ ଜୟ ନାରାୟଣ ମିଶ୍ର ଓ ରେଙ୍ଗାଲି ବିଧାନସଭା ପ୍ରାର୍ଥୀ ନାଉରୀ ନାୟକ ମଧ୍ୟ ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button