ଅପରାଧ

ସ୍କୁଲ ସାମ୍ନାରେ ଛାତ୍ରକୁ ଛୁରି ଭୁସିଲା ସହପାଠୀ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ସାନଖେମୁଣ୍ଡି: ସାମାନ୍ୟ ବଚସାରୁ ଛୁରାମାଡ଼। ସ୍କୁଲ ସାମ୍ନାରେ ଜଣେ ଛାତ୍ରଙ୍କୁ ଛୁରୀ ଭୁସିଲେ ଅନ୍ୟ ଜଣେ ଛାତ୍ର। ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ରାମଚନ୍ଦ୍ରପୁର ରଘୁନାଥ ହାଇସ୍କୁଲରେ ଏହି ଘଟଣା ଘଟିଛି। ଆହତ ଛାତ୍ରଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଉଭୟ ଛାତ୍ର ନବମ ଶ୍ରେଣୀର। ପୂର୍ବ ବଚସାକୁ ନେଇ ଛୁରାମାଡ଼ ହୋଇଥିବା ସୂଚନା ମିଳିଛି ।

ସୂଚନା ଅନୁସାରେ, ଆଜି ସକାଳେ ପୂର୍ବ ବଚସାକୁ ନେଇ ଦୁଇ ଛାତ୍ରଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ପରେ ଜଣେ ଛାତ୍ର ଉତ୍‌କ୍ଷିପ୍ତ ହୋଇ ଅନ୍ୟ ଜଣେ ଛାତ୍ରଙ୍କ ଛାତିରେ ଛୁରୀ ଭୁସି ଦେଇଥିବା ଅଭିଯୋଗ ହୋଇଛି। ଆହତ ଛାତ୍ରଙ୍କୁ ପ୍ରଥମେ ଶେରଗଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ପରେ ଅବସ୍ଥା ସଂକଟାପନ ହେବାରୁ ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁର ଏମକେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପୁଲିସ ଅନ୍ୟ ଜଣେ ଛାତ୍ରଙ୍କୁ ଅଟକ ରଖି ପଚରାଉଚରା କରୁଛି।

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button