ରାଜ୍ୟ

ରଥଯାତ୍ରାର ଅବଶିଷ୍ଟ ରୀତିନୀତି ଶୃଙ୍ଖଳା ନେଇ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ନୀଳାଦ୍ରି ବିଜେ ଯାଏଁ ପୁରୀରେ ରହିବେ ୩ ମନ୍ତ୍ରୀ

ରଥରୁ ଆଡ଼ପମଣ୍ଡପକୁ ପହଣ୍ଡିରେ ଯିବା ସମୟରେ ବଡ଼ଠାକୁର ଯେପରି ତଳେ ପଡ଼ିଗଲେ ସେହିପରି ଘଟଣା ଯେପରି ଆଉ ନଘଟିବ ସେନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଦକ୍ଷେପ ନେଇଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ଆସନ୍ତା କାଲି ଠାରୁ ପୁରୀ ଯାଇ ରଥଯାତ୍ରାର ଅବଶିଷ୍ଟ ରୀତିନୀତି ନିରୀକ୍ଷଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ନିଳାଦ୍ରୀ ବିଜେ ସରିବା ପର୍ଯ୍ୟନ୍ତ ପୁରୀ ଠାରେ ସକ୍ରିୟ ଭାବେ ଉପସ୍ଥିତ ରହି ଶ୍ରୀଗୁଣ୍ଡିଚା ଯାତ୍ରାର ଅବଶିଷ୍ଟ ରୀତିନୀତି ଯେପରି ସୁବ୍ୟବସ୍ଥିତ ଓ ଶୃଙ୍ଖଳିତ ଭାବେ ଅନୁଷ୍ଠିତ ହେବ ଏବଂ ଶ୍ରଦ୍ଧାଳୁ ତଥା ଭକ୍ତମାନଙ୍କର କୌଣସି ଅସୁବିଧା ବା ନହେବ ତାହା ସୁନିଶ୍ଚିତ କରିବାକୁ ଯତ୍ନବାନ ହେବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପରାମର୍ଶ ଦେଇଛନ୍ତି।

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button