ରାଜ୍ୟ
“ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ”ରେ ଜନତାଙ୍କ ସମସ୍ୟା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି “ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ” ଠାରେ ଜନତାଙ୍କ ଅଭିଯୋଗ ପତ୍ର ଗ୍ରହଣ କରିବା ସହ ସେମାନଙ୍କ ସମସ୍ୟା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏବଂ ସହଯୋଗୀ ଉପମୁଖ୍ୟମନ୍ତ୍ରୀ ଏବଂ ବିଭାଗୀୟ ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହି ଲୋକଙ୍କ ସମସ୍ୟା ଉପରେ ଆଲୋଚନା କରିଛନ୍ତି।

ଏବଂ ସେ ଏକ୍ସ ମଧ୍ୟମରେ ସୂଚନା ଦେଇଚନ୍ତି ଯେ ଆଜି “ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ” ଠାରେ ଜନତାଙ୍କ ଅଭିଯୋଗ ପତ୍ର ଗ୍ରହଣ କରିବା ସହ ସେମାନଙ୍କ ସମସ୍ୟା ପଚାରି ବୁଝିଲି । ମୋ ସହ ସହଯୋଗୀ ଉପମୁଖ୍ୟମନ୍ତ୍ରୀ ଏବଂ ବିଭାଗୀୟ ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହି ଲୋକଙ୍କ ସମସ୍ୟା ଉପରେ ଆଲୋଚନା କରିଛନ୍ତି।ଜନତାଙ୍କ ଆପତ୍ତି ଅଭିଯୋଗର ସମାଧାନ କରିବା ପାଇଁ ଆମ ସରକାର ପ୍ରତିଶ୍ରୁତିବଦ୍ଧ। ଯଥାଶୀଘ୍ର ସମସ୍ୟାର ସମାଧାନ କରି ଲୋକଙ୍କୁ ନ୍ୟାୟ ପ୍ରଦାନ କରିବା ପାଇଁ ସଂପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛି। ସମାଧାନ ପ୍ରକ୍ରିୟାକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ ଆମ ସରକାର ଚେଷ୍ଟା କରୁଛି।





