ରାଜ୍ୟ

ରଥରେ ବିରାଜିଲେ ମଦନମୋହନ

ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା।  ଶ୍ରୀଗୁଣ୍ଡିଚା ମନ୍ଦିରରୁ ସଅଳ ପହଣ୍ଡି ନିର୍ଦ୍ଧାରିତ ସମୟ ଆଗରୁ ଆରମ୍ଭ ହୋଇଥିଲା। ଘଣ୍ଟ ଘଣ୍ଟା ବାଦ୍ୟରେ ରଥକୁ ପ୍ରଥମେ ବିଜେ କରିଥିଲେ ଶ୍ରୀସୁଦର୍ଶନ। ସେ ମାଆ ସୁଭଦ୍ରାଙ୍କ ଦର୍ପଦଳନ ରଥରେ ବିରାଜିଥିଲେ। ଚକ୍ରରାଜ ସୁଦର୍ଶନଙ୍କ ପରେ ବଡ଼ଭାଇ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ଝୁଲି ଝୁଲି ତାଳଧ୍ୱଜ ରଥକୁ ଆସିଥିଲେ ବଡ଼ ଠାକୁର। ଏହାପରେ ମା ସୁଭଦ୍ରାଙ୍କ ପହଣ୍ଡିରେ ଆସି ‌ଦର୍ପଦଳନ ରଥରେ ବିରାଜମାନ ହୋଇଥିଲେ।  ଶେଷରେ ପହଣ୍ଡିରେ ଆସି ଶ୍ରୀଜଗନ୍ନାଥ ନିଜର ନନ୍ଦିଘୋଷ ରଥରେ ବିରାଜମାନ କରିଛନ୍ତି।

ବାହୁଡ଼ା ପହଣ୍ଡି ଶେଷ ପରେ ସାଢ଼େ ୨ଟାରୁ ସାଢ଼େ ୩ଟା ଭିତରେ ଛେରାପହଁରା ନୀତି ଅନୁଷ୍ଠିତ ହୋଇଥିଲା । ଅପରାହ୍ଣ ୩ଟାରୁ ୪ଟା ଭିତରେ ଚାରମାଳ ଫିଟିବା ଓ ଘୋଡ଼ାଲାଗି କାର୍ଯ୍ୟ ସଂପନ୍ନ ହେବ। ଅପରାହ୍ଣ ୪ଟାରେ ରଥଟଣା ଆରମ୍ଭ ହେବ। ସୂଚନାଯୋଗ୍ୟ, ବାହୁଡ଼ା ଯାତ୍ରା ଶେଷ ପରେ ଜୁଲାଇ ୧୭ ତାରିଖରେ ସୁନାବେଶ, ୧୮ରେ ଅଧରପଣା ଓ ୧୯ରେ ନୀଳାଦ୍ରି ବିଜେ ନୀତି ଅନୁଷ୍ଠିତ ହେବ।

Related Articles

Leave a Reply

Your email address will not be published. Required fields are marked *

Back to top button