ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା : ଅଗ୍ନିବୀରଙ୍କୁ ରାଜ୍ୟର ୟୁନିଫର୍ମ ସେବାରେ ମିଳିବ ୧୦% ସଂରକ୍ଷଣ

ଭୁବନେଶ୍ବର : ଅଗ୍ନିବୀରଙ୍କୁ ନେଇ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ଅଗ୍ନିବୀରଙ୍କୁ ସଂରକ୍ଷଣ ଦେବେ ରାଜ୍ୟ ସରକାର । ଅଗ୍ନିବୀରଙ୍କୁ ରାଜ୍ୟର ସମସ୍ତ ୟୁନିଫର୍ମ ସେବାରେ ୧୦ ପ୍ରତିଶତ ସଂରକ୍ଷଣ ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥି ସହିତ ବୟସ କ୍ଷେତ୍ରରେ ମଧ୍ୟ ୫ ବର୍ଷ କୋହଳ କରାଯିବ।

ଦିଲ୍ଲୀ ଗସ୍ତ ପୂର୍ବରୁ ବଡ ଘୋଷଣା କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ଭାରତୀୟ ସେନାରେ ଯୋଗ ଦେଇଥିବା ସବୁ ସୈନିକ ମାନେ ଆମର ଗର୍ବ ଓ ଗୌରବ। ଆମର ଅଗ୍ନିବୀର୍ ମାନେ ମଧ୍ୟ ସେନାବାହିନୀରେ ଦକ୍ଷ ପ୍ରଶିକ୍ଷଣ ପାଇ ବିଭିନ୍ନ ସୁରକ୍ଷା କ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବାର ଯୋଗ୍ୟତା ହାସଲ କରିଛନ୍ତି।

ଅଗ୍ନିବୀର୍‌ ଯୋଜନା ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଏକ ଯୁଗାନ୍ତକାରୀ ଯୋଜନା । ଏହି ଯୋଜନା ଦେଶର ଯୁବସମାଜକୁ ଦକ୍ଷ, ସାହାସୀ ଓ ଯୋଗ୍ୟ କରିବାରେ ସହାୟକ ହୋଇଛି। ଜୀବନର ସବୁ କ୍ଷେତ୍ରରେ ଆହ୍ବାନକୁ ଗ୍ରହଣ କରିପାରୁଥିବା ଯୁବସମାଜ ଗଠନରେ ଏହି ଯୋଜନାର ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। ସେଥିପାଇଁ ରାଜ୍ୟ ସରକାର ଓଡିଶାର ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଓଡିଶାର ଯେଉଁ ଅଗ୍ନିବୀର୍‌ ମାନେ ସେନାବାହିନୀରେ ଭର୍ତ୍ତି ହୋଇ ନଥିବେ, ସେମାନଙ୍କ ପାଇଁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତି ପାଇଁ ୧୦ ପ୍ରତିଶତ ପର୍ଯ୍ୟନ୍ତ ସଂରକ୍ଷଣ ଦିଆଯିବ।

Related Articles

Leave a Reply

Your email address will not be published. Required fields are marked *

Back to top button