ରାଜ୍ୟ

ସେପ୍ଟେମ୍ବର ୧୦ ତାରିଖ ପରେ ରାଜ୍ୟରେ ଲାଗୁହେବ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା

ଭୁବନେଶ୍ବର: ପୂର୍ବତନ ସରକାରଙ୍କ ଅନ୍ୟତମ ଲୋକପ୍ରିୟ ଯୋଜନା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ) ଆସନ୍ତା ମାସ (ସେପ୍ଟେମ୍ବର) ୧୦ ତାରିଖ ଯାଏଁ ଚାଲିବ। ଏହା ପରଠାରୁ ବିଏସ୍‌କେୱାଇ ବଦଳରେ ଲୋକଙ୍କୁ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମାଧ୍ୟମରେ ସ୍ବାସ୍ଥ୍ୟ ସୁବିଧା ମିଳିବ। ବିଏସ୍‌କେୱାଇରେ ଯେତିକି ସୁବିଧା ମିଳୁଛି ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ସମାନ ପ୍ରକାରର ସୁବିଧା ରହିବ।

ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ସ୍ବାସ୍ଥ୍ୟମନ୍ତ୍ରୀ ଶ୍ରୀ ମହାଲିଙ୍ଗ୍‌ କହିଛନ୍ତି ବଜେଟ ଆପ୍ରୋପ୍ରିଏସନ ବିଲ ପାସ୍ ହେଲା ପରେ ନୂଆ କାର୍ଡର ପ୍ରକ୍ରିୟା ଆରମ୍ଭ ହେବ। ଏହାସହ ବିଏସକେୱାଇ କାର୍ଡର ରୂପରେଖ ବଦଳିଯିବ। ବିଏସକେୱାଇ କାର୍ଡ ଏଯାଏଁ ଚାଲୁ ରହିଛି। ସମସ୍ତଙ୍କୁ ଗୋପବନ୍ଧୁ ଜନ ଆରୋଗ୍ୟ କାର୍ଡ ମିଳିବ । ସେପ୍ଟେମ୍ବର ୧୦ତାରିଖରେ ଆପ୍ରୋପିଏସନ୍ ବିଲ୍ ପାସ୍ ହେବ, ତା ପରେ ପର୍ଯ୍ୟାୟ କ୍ରମେ ଗୋପବନ୍ଧୁ ଆରୋଗ୍ୟ ଯୋଜନା ଲାଗୁହେବ। ପରବର୍ତ୍ତୀ ସମୟରେ ଯୋଜନା ଆଣିଲେ ତାହା ଲାଗୁହେବ, ଏବେ ବିଏସକେୱାଇ ଯେମିତି ଚାଲିବା କଥା ଚାଲିବ ବୋଲି ମୁକେଶ ମହାଲିଙ୍ଗ କହିଛନ୍ତି।

୨୦୩୦ ସୁଦ୍ଧା ରାଜ୍ୟରୁ ଜଳାନ୍ତକ ରୋଗକୁ ଦୂର କରିବା ପାଇଁ ଅଣ୍ଟା ଭିଡୁଛନ୍ତି ରାଜ୍ୟ ସରକାର। ଦିନକୁ ଦିନ ରାଜ୍ୟରେ ବୁଲା କୁକୁରଙ୍କ ଦୌରାତ୍ମ୍ୟ ବଢ଼ତଚାଲିଛି, ଯେଉଁଥିପାଇଁ ଜଳାନ୍ତକ ରୋଗୀଙ୍କ ସଂଖ୍ୟା ମଧ୍ୟ ବଢୁଛି। ତେଣୁ ଏହାକୁ ରୋକିବା ପାଇଁ ଅର୍ବାନ ହାଉସିଂ ଡେଭଲପମେଣ୍ଟ ସହ ମିଶି ସରକାର ବୁଲା କୁକୁରଙ୍କ ଟୀକାକରଣ କରିବା ନେଇ ନିଷ୍ପତ୍ତି ନେଇଛନ୍ତି।

-ମୁକେଶ ମହାଲିଙ୍ଗ, ସ୍ୱାସ୍ଥ୍ୟମନ୍ତ୍ରୀ

ବର୍ତ୍ତମାନ ପରିପ୍ରେକ୍ଷୀରେ ବିଜୁ ସ୍ବାସ୍ଥ୍ୟ କାର୍ଡ ମାଧ୍ୟମରେ ୯୬.୫ ଲକ୍ଷ ଟଙ୍କାର ଚିକିତ୍ସା ସହାୟତା ମିଳୁଛି। ପରିବାରର ମହିଳା ସଦସ୍ୟାଙ୍କ ପାଇଁ ବାର୍ଷିକ ୧୦ ଟଙ୍କାର ଚିକିତ୍ସା ସହାୟତା ମିଳୁଛି। ମାସିକ ୧ଲକ୍ଷୁ ଊର୍ଦ୍ଧ୍ବ ହିତାଧିକାରୀ ପ୍ରାୟ ୨୦୦ କୋଟି ଟଙ୍କାର ଦେୟମୁକ୍ତ ଚିକିତ୍ସା ସୁବିଧା ପାଉଛନ୍ତି। ଏହି ସେବା ନେଇ ହିତାଧିକାରୀମାନେ ସନ୍ତୋଷ ପ୍ରକାଶ କରୁଛନ୍ତି।

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button