ରାଜ୍ୟ

ଖୋଲିଲା ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍

ମ୍ବଲପୁର: ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍ ଖୋଲିଛି। ଏବେ ହୀରାକୁଦରୁ ମୋଟ୍ ୧୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଥିବା ଜଣାଯାଇଛି।

ସୂଚନାଯୋଗ୍ୟ, ଗତ ରବିବାର ସକାଳ ସାଢ଼େ ୯ଟାରେ ହୀରାକୁଦ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ କରାଯାଇଥିଲା। ପରମ୍ପରା ଅନୁଯାୟୀ ସବୁ ବର୍ଷ ଭଳି ଏବର୍ଷ ମଧ୍ୟ ପ୍ରଥମେ ବାମ ପାର୍ଶ୍ବର ୭ ନମ୍ବର ଗେଟ୍‌ ଖୋଲାଯାଇଥିଲା।

ତାପରେ ତାକୁ ମିଶାଇ ବାମ ପାର୍ଶ୍ବର ୫ଟି ଓ ଡାହାଣ ପାର୍ଶ୍ବର ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଥିଲା। ତାପରେ ବାମ ପାର୍ଶ୍ବର ୯ଟି ଓ ଡାହାଣ ପାର୍ଶ୍ବର ୪ଟି ଗେଟ୍‌ ଖୋଲାଯାଇଛି। ରବିବାର ସନ୍ଧ୍ୟା ସୁଦ୍ଧା ମୋଟ ୨୦ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଥିବା ହୀରାକୁଦ ଜଳଭଣ୍ଡାର ମୁଖ୍ୟଯନ୍ତ୍ରୀ ସୁଶୀଲ ବେହେରା ସୂଚନା ଦେଇଥିଲେ। ମୁଖ୍ୟଯନ୍ତ୍ରୀଙ୍କ ସହ ଉତ୍ତରାଞ୍ଚଳ ପୁଲିସ ରେଞ୍ଜ୍‌ ଆଇଜି ହିମାଂଶୁ ଲାଲ୍‌, ସମ୍ବଲପୁର ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରଵାଲ ଓ ଏସ୍‌ପି ମୁକେଶ ଭାମୁ ଉପସ୍ଥିତ ରହି ଗେଟ୍‌ ଖୋଲିଥିଲେ।

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button