ରାଜ୍ୟ

୨୪ ଘଣ୍ଟା ଭିତରେ ଆଉ ଏକ ଲଘୁଚାପ ! ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ । ପ୍ରବଳ ବର୍ଷା ସମ୍ଭାବନା । ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ବର୍ତ୍ତି ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୪ ଘଣ୍ଟା ଭିତରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ରାଜ୍ୟରେ ୧୩ ତାରିଖ ଯାଏ ପ୍ରବଳ ବର୍ଷା ହେବ । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ସମ୍ଭାବନା ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କିଛି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷା ହୋଇପାରେ । କାଲି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ସେପଟେ ରାଜ୍ୟରେ ଏଯାଏ ୫୬୦. ୩ ମିମି ବର୍ଷା ରେକର୍ଡ ହେଇଛି। ମୌସୁମୀ ଋତୁରେ ଏହି ସମୟରେ ସ୍ବାଭାବିକ ବର୍ଷା ପରିମାଣ ୬୨୯. ୩ ମିମି ଥିବା ବେଳେ ୧୧ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି। ଗୋଟିଏ ଜିଲ୍ଲା ମାଲକାନଗିରିରେ ସର୍ବାଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ୩ଟି ଜିଲ୍ଲାରେ ଅଧିକ, ୧୫ ଜିଲ୍ଲାରେ ସ୍ବାଭାବିକ ଓ ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button