ରାଜ୍ୟ

୨୪ଘଣ୍ଟାରେ ୯ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ପଶ୍ଚିମ ଝାଡ଼ଖଣ୍ଡ ଓ ତାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାସହ ମୌସୁମୀ ସକ୍ରିୟ ରହିଥିବା ବେଳେ ଆହୁରି ୪୮ ଘଣ୍ଟା ପ୍ରବଳ ବର୍ଷା ସମ୍ଭାବନା ଦେଇଛି ପାଣିପାଗ ବିଭାଗ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ଆଜିଠାରୁ ବର୍ଷାର ପରିମାଣ କମିବ ।

ଆଗାମୀ ୫ ଦିନଯାଏଁ ହାଲୁକରୁ ମଧ୍ୟମଧରଣର ବର୍ଷା ହେବାକୁ ଥିବା ବେଳେ ଆସନ୍ତା ୨୪ ଘଣ୍ଟାରେ ସୁନ୍ଦରଗଡ, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ସମ୍ବଲପୁର, ବରଗଡ଼ ଓ ଝାରସୁଗୁଡା ଏହି ୯ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ମଧ୍ୟ ବରଗଡ଼, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା ୧୦ରୁ ଧୀରେଧୀରେ ବର୍ଷାର ପରିମାଣ କମିବା ସହ ପୁଣି ୧୩ରୁ ପ୍ରବଳ ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

ଅପରପକ୍ଷେ ଗତ ୨୪ ଘଣ୍ଟାରେ ସାରା ରାଜ୍ୟରେ ହାକୁକାରୁ ମଧ୍ୟମ ବର୍ଷା ସହ ୫ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ବେଳେ ନବରଙ୍ଗପୁର ରେ ୧୩୪.୦୦ ମିମି ବର୍ଷା ରେକର୍ଡ ହୋଇଛି । ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ବର୍ତ୍ତମାନ ସୁଦ୍ଧା ୬୧୪.୮ ମିମି ବର୍ଷା ରେକର୍ଡ ହୋଇଛି । ଏବେ ବି ୬ ପ୍ରତିଶତ ନିଅଁଟିଆ ବର୍ଷା ରହିଛି । ୬୫୬.୮ ମିମି ବର୍ଷା ସ୍ୱାଭାବିକ ରହିବା କଥା । କେବଳ ମାଲକାନଗିରିରେ ସ୍ୱାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୪ ଜିଲ୍ଲାରେ ଅଧିକ ବର୍ଷା ଓ ୧୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ବାକି ୯ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ରେକର୍ଡ କରାଯାଇଛି ।

Related Articles

Leave a Reply

Your email address will not be published. Required fields are marked *

Back to top button