IBN ଓଡ଼ିଶା ବ୍ୟୁରୋ

ବ୍ରାଜିଲରେ ଭୟଙ୍କର ବିମାନ ଦୁର୍ଘଟଣା: ୪ ଜଣ କ୍ରିଉ ମେମ୍ବରଙ୍କ ସମେତ ୬୨ ମୃତ

ବ୍ରାଜିଲ: ବ୍ରାଜିଲରେ ଭୟଙ୍କର ବିମାନ ଦୁର୍ଘଟଣା ଘଟିଛି। ପାଇଲଟଙ୍କ ସମେତ ୬୨ ଜଣଙ୍କ ମୃତ୍ଯୁ ଘଟିଥିବା ଜଣାପଡ଼ିଛି। ବୋଏପାସ୍‌ ଏଟିଆର-୭୨ ବିମାନଟି ବ୍ରାଜିଲର ସାଓ ପାଓଲରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ବିମାନରେ ଥିବା ସମସ୍ତ ୬୨ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୫୮ ଜଣ ଯାତ୍ରୀ ଓ ୪ ଜଣ କ୍ରିଉ ମେମ୍ବର ଥିବା ଜଣାଯାଇଛି।

ତେବେ ବିମାନଟି ଦୁର୍ଘଟଣାଗ୍ରସ୍ତ ହେବା ବେଳର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ବୋଏପାସ୍‌ ଏୟାରଲାଇନ୍ସ ପକ୍ଷରୁ କୁହାଯାଇଛି, ବିମାନଟି କାସ୍କାବେଲରୁ ସାଓ ପାଓଲୋର ଅନ୍ତରାଷ୍ଟ୍ରୀୟ ବିମାନବନ୍ଦର ଅଭିମୁଖେ ଉଡାଣ ଆରମ୍ଭ କରିଥିଲା। ମାତ୍ର ସାଓ ପାଓଲୋଠୁ ପ୍ରାୟ ୮୦ କିମି ପୂର୍ବରୁ ବିମାନଟି ଭିନହେଡୋ ସହରରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହାର ପ୍ରାୟ ଦେଢ ଘଣ୍ଟା ପୂର୍ବରୁ ବିମାନଟି କଂଟ୍ରୋଲ ରୁମ୍‌ ସହ ଶେଷ ଥର ପାଇଁ ଯୋଗାଯୋଗ କରିଥିଲା। ତେବେ ଭାଇରାଲ ହେଉଥିବା ଭିଡିଓରେ ବିମାନଟି ଗୋଟିଏ ଗଛରେ ମାଡ଼ ହେବା ସହ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଛି। ତେବେ କେଉଁ କାରଣ ପାଇଁ ଏହି ଯାତ୍ରୀବାହୀ ବିମାନ ଦୁର୍ଘଟଣାର ସମ୍ମୁଖୀନ ହେଲା ତାହା ଜଣାପଡିନାହିଁ। ଏହି ଘଟଣାର ଅଧିକ ତଦନ୍ତ ଜାରି ରହିଛି।

Dailyhunt
ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button