ରାଜନୀତି

ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି; ସେପ୍ଟେମ୍ବର ୩ରେ ଭୋଟ

ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶା ସମେତ ୯ ରାଜ୍ୟର ୧୨ ଆସନରେ ହେବ ଉପନିର୍ବାଚନ।

ଆସନ୍ତା ୨୧ ତାରିଖ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ରହିଛି। ୨୨ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ କରାଯାଇ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଘୋଷଣା କରାଯିବ। ୨୭ ତାରିଖ ସୁଦ୍ଧା ପ୍ରାର୍ଥୀମାନେ ନାମାଙ୍କନ ପ୍ରତ୍ୟାହାର କରିପାରିବେ। ସେପ୍ଟେମ୍ବର ୩ ତାରିଖରେ ରାଜ୍ୟସଭା ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେହିଦିନ ସନ୍ଧ୍ୟା ୫ଟାରେ ଭୋଟ ଗଣତି କରାଯାଇ ନିର୍ବାଚନ ଫଳାଫଳ ଘୋଷଣା କରାଯିବ।

ସୂଚନାଯୋଗ୍ୟ, ଗତ ଜୁଲାଇ ୩୧ ତାରିଖରେ ରାଜ୍ୟସଭା ସାଂସଦ ପଦ ସହ ବିଜେଡିରୁ ଇସ୍ତଫା ଦେଇଥିଲେ ମମତା ମହାନ୍ତ। ଖାଲିପଡ଼ିଥିବା ଓଡ଼ିଶାର ଏହି ପଦବୀ ପାଇଁ ଉପନିର୍ବାଚନ ହେବାକୁ ଯାଉଛି।

ବିଧାନସଭାରେ ସଂଖ୍ୟା ଦୃଷ୍ଟିରୁ ଓଡ଼ିଶାର ରାଜ୍ୟସଭା ଆସନ ବିଜେପି ଖାତାକୁ ଯିବ। କିଏ ରାଜ୍ୟସଭା ଯିବେ ତାକୁ ନେଇ କଳ୍ପନା ଜଳ୍ପନା ଆରମ୍ଭ ହୋଇଛି। ରାଜ୍ୟସଭା ସାଂସଦ ରେସରେ ସବୁଠାରୁ ଆଗରେ ରହିଛି ବିଜେପିରେ ସାମିଲ ହୋଇଥିବା ମମତା ମହାନ୍ତଙ୍କ ନାଁ। ଏଥିସହ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ନାଁକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି। ସେହିପରି ପୂର୍ବତନ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ନାଁକୁ ନେଇ ବି ମଧ୍ୟ କଳ୍ପନାଜଳ୍ପନା ଜାରି ରହିଛି।

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button