ରାଜ୍ୟ

ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ, କ୍ଷତିପୂରଣ ଦାବିରେ ଟାୟାର ଜାଳି ସ୍ଥାନୀୟ ଲୋକଙ୍କ ରାସ୍ତାରୋକ

ନୁଗୁଳ, ୨୩।୮: ଅନୁଗୁଳ ଛେଣ୍ଡିପଦା ୬୩ ନମ୍ବର ରାଜ୍ୟ ରାଜପଥ କୁଦପାଳଠାରେ ଦୁର୍ଘଟଣା । ଅଜଣା ଗାଡ଼ି ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ରାତିରେ ଘରକୁ ଫେରୁଥିବା ବେଳେ ଅଜଣା ଗାଡ଼ି ଧକ୍କା ଦେଇଥିଲା । ମୃତକ ଜଣକ କୁଦପାଳ ଗାଁର କିଶୋରୀ ନାୟକ ବୋଲି ଜଣାପଡ଼ିଛି ।

ଦୁର୍ଘଟଣା ପରେ ଘଟଣାସ୍ଥଳରେ ହିଁ ତାଙ୍କର ମୁତ୍ୟୁ ହୋଇଛି ।

କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି ସ୍ଥାନୀୟ ଲୋକେ । ନିଶା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି ।

Related Articles

Leave a Reply

Your email address will not be published. Required fields are marked *

Back to top button