ରାଜନୀତି

ପୋଲାଣ୍ଡ ପରେ ୟୁକ୍ରେନ୍ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ୟୁକ୍ରେନ୍ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଯୁଦ୍ଧ ପରେ ପ୍ରଥମ ଗସ୍ତରେ ଯାଇ ରାଷ୍ଟ୍ରପତି ଜେଲେନସ୍କିଙ୍କ ସହ ଯୁଦ୍ଧ ଓ ଅନ୍ୟାନ୍ୟ ପ୍ରସଙ୍ଗରେ ଆଲୋଚନା କରିବେ। ୟୁକ୍ରେନ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ବର୍ତ୍ତମାନର ସମୟ ଯୁଦ୍ଧର ସମୟ ନୁହେଁ। ତେବେ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ୱାରସ୍‌ରେ ପୋଲାଣ୍ଡର ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କଙ୍କ ସହିତ ଦ୍ବିପାକ୍ଷିକ କଥାବାର୍ତ୍ତା କରିଛନ୍ତି। ‌ମୋଦୀ ଫେଡେରାଲ ଚାନ୍ସଲରୀରେ ପହଞ୍ଚିବା ପରେ ଡୋନାଲ୍ଡ ଟସ୍କ ତାଙ୍କୁ ସ୍ୱାଗତ କରିଥିଲେ। ଦୁଇ ନେତା ସୀମିତ ଏବଂ ପ୍ରତିନିଧିସ୍ତରୀୟ ଆଲୋଚନା କରିଥିଲେ। ଦୀର୍ଘ ୪୫ବର୍ଷ ପରେ ଭାରତର ପ୍ରଧାନମନ୍ତ୍ରୀ ଭାବେ ମୋଦୀ ପୋଲାଣ୍ଡ ଗସ୍ତ କରିଛନ୍ତି। ପୋଲାଣ୍ଡ ଗସ୍ତ ଶେଷ କରି ମୋଦୀ ଗୁରୁବାର ରାତିରେ ୟୁକ୍ରେନ ଅଭିମୁଖେ ଗସ୍ତ କରିଛନ୍ତି।

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button