ରାଜ୍ୟ

ଅଣନିଶ୍ବାସୀ ହୋଇ ଚାଲିଗଲା ୩ ଶ୍ରମିକଙ୍କ ଜୀବନ, ଜଣେ ଗୁରୁତର

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ଜମନକିରା ବ୍ଲକ ପୁକୁଡ଼ା ଗାଁରେ ବଡ଼ ଅଘଟଣ । ପାଇଖାନା ଘର ସେଣ୍ଟରିଂ ଖୋଲିବା ବେଳେ ଅଣନିଶ୍ବାସୀ ହୋଇ ୩ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ଅନ୍ୟ ଜଣେ ଗୁରୁତର ଶ୍ରମିକଙ୍କୁ ଚିକିତ୍ସା ପାଇଁ ସମ୍ବଲପୁର ସ୍ଥାନାନ୍ତର କରାଯାଇଛି । ଆଜି ପୂର୍ବାହ୍ନରେ ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମୃତକମାନେ ହେଲେ ଶ୍ରୀକାନ୍ତ ମୁଣ୍ଡା, ଭରତ ରଣା ଓ ବସନ୍ତ ଦେହୁରୀ।

ଗୁରୁତର ସିଦ୍ଧାର୍ଥ ମୁଣ୍ଡାଙ୍କୁ ସମ୍ବଲପୁର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ମିଳିଥିବା ସୂଚନା ଅନୁସାରେ, ଗ୍ରାମର ଜଣେ ବ୍ୟକ୍ତିଙ୍କର ନୂଆ ଘରର ଛାତ ପଡ଼ିଥିଲା। ଶନିବାର କିଛି ଶ୍ରମିକ ନୂଆ ଛାତ ସେଣ୍ଟ୍ରିଂ ଖୋଲିବା କାର୍ଯ୍ୟରେ ନିୟୋଜିତ ହୋଇଥିଲେ। ସେଣ୍ଟ୍ରିଂ ଖୋଲିବା ସମୟରେ ୪ ଶ୍ରମିକ ଅଣନିଶ୍ଵାସୀ ହୋଇ ଅସୁସ୍ଥ ହୋଇପଡ଼ିଥିଲେ। ତୁରନ୍ତ ସେମାନଙ୍କୁ ଡାକ୍ତରଖାନା ନିଆଯାଇଥିଲା। ୩ ଶ୍ରମିକଙ୍କୁ ଡାକ୍ତର ମୃତ ଘୋଷଣା କରିଥିବାବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାନରେ ଚିକିତ୍ସାଧୀନ ରହିଛନ୍ତି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Related Articles

Leave a Reply

Your email address will not be published. Required fields are marked *

Back to top button