ରାଜ୍ୟ
ଏହିସବୁ ଜିଲ୍ଲାରେ ବର୍ଷିବ, ୧୬ ଜିଲ୍ଲାକୁ ସତର୍କତା

ଭୁବନେଶ୍ୱର: ଓଡିଶାର ୧୬ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ଶନିବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଗାମୀ ୨ଘଣ୍ଟା ମଧ୍ୟରେ ଏହି ଦୁଇଟି ଜିଲ୍ଲାରେ ସାମାନ୍ଯରୁ ମଧ୍ଯମ ଧରଣର ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି।
ଏହି ଜିଲ୍ଲା ଗୁଡିକ ମଧ୍ଯରେ ରହିଛି- ବାଲେଶ୍ୱର, ଅନୁଗୁଳ, ଯାଜପୁର, କେନ୍ଦୁଝର, କେନ୍ଦ୍ରାପଡ଼ା, ମୟୁରଭଞ୍ଜ, ବରଗଡ଼, ସୋନପୁର ଓ ଭଦ୍ରକ।
ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ସମ୍ବଲପୁର, କୋରାପୁଟ, ରାୟଗଡ଼ା, ଗଜପତି, ବୌଦ୍ଧ, ବଲାଙ୍ଗିର ଓ ନୂଆପଡା ଜିଲ୍ଲାକୁ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନବାହାରିବା ଏବଂ ବାହାରେ ଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।




