ଅପରାଧ

ନିଶାଶକ୍ତ ଅବସ୍ଥାରେ ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ୱାମୀ – Ibnodisha

[ad_1]

ନବରଙ୍ଗପୁର: ମଦ୍ୟପ ସ୍ୱାମୀର ଉନ୍ମତ୍ତ କାଣ୍ଡ । ନିଶାସକ୍ତ ଅବସ୍ଥାରେ ସ୍ତ୍ରୀକୁ ହତ୍ୟା କରିଛି ମଦ୍ୟମ ସ୍ୱାମୀ । ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ସିନ୍ଧିଗୁଡା ପଞ୍ଚାୟତରେ । ସିନ୍ଧିଗୁଡ଼ା ଅନ୍ତର୍ଗତ ବଡ଼ ଡାଇଭଟା ଗ୍ରାମରେ ଏଭଳି ହତ୍ୟାକାଣ୍ଡ ଘଟିଛି। ସୂଚନା ଅନୁସାରେ, ବଡ଼ ଡାଇଭଟା ଗ୍ରାମର ରବି ଖିଲ ଓ ତାଙ୍କ ସ୍ତ୍ରୀ ସସ୍ମିତା ଖିଲଙ୍କ ମଧ୍ୟରେ ଶନିବାର ରାତିରେ କୌଣସି କାରଣକୁ ନେଇ ବଚସା ହୋଇଥିଲା । ଆଉ ଏହି ଗଣ୍ଡଗୋଳ ଶେଷରେ ହତ୍ୟାକାଣ୍ଡର ରୂପ ନେଇଥିବା ଜଣାପଡିଛି ।

ରବି ଖିଲ ପ୍ରବଳ ମଦ୍ୟପାନ କରିଥିବାବେଳେ ଉଭୟ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ବଚସା ହୋଇଥିଲା । ଆଉ ଏହାପରେ ଉତ୍ତ୍ୟକ୍ତ ହୋଇ ଛତା ସାହାଯ୍ୟରେ ପିଟି ପିଟି ସସ୍ମିତାଙ୍କୁ ହତ୍ୟା କରାଯାଇଥିବା କୁହାଯାଉଛି । ଗତକାଲି ଏହି ହତ୍ୟାକାଣ୍ଡ ଘଟିଥିବାବେଳେ ଆଜି ଏନେଇ ସୁରାକ ପାଇଥିଲେ ପଡୋଶୀ । ସସ୍ମିତାଙ୍କୁ ହତ୍ୟା କରାଯାଇଥିବା ଜାଣିବା ପରେ ସ୍ଥାନୀୟଲୋକେ ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ଶବ ଜବତ କରିବା ସହ ଅଭିଯୁକ୍ତ ରବି ଖିଲକୁ ଅଟକ ରଖିଥିବା ଜଣାପଡିଛି । ଏନେଇ ଖବର ପାଇ ସସ୍ମିତାଙ୍କ ବାପଘର ଲୋକେ ଘଟଣା ସ୍ଥଳରେ ପହଞ୍ଚିଥିଲେ । ସେଠାରେ ସସ୍ମିତାଙ୍କ ମୃତଦେହ ଦେଖିବାକୁ ପାଇଥିଲେ ପରିବାର ଲୋକେ ।

ତେବେ ମୃତ ଦେହର ଅନେକ ସ୍ଥାନରେ କ୍ଷତ ଚିହ୍ନ ଥିବା ଅଭିଯୋଗ କରିଛନ୍ତି ପରିବାର ବର୍ଗ । ସସ୍ମିତାଙ୍କ ସ୍ୱାମୀ ରବି ଖିଲଙ୍କ ନାଁରେ ଥାନାରେ ଅଭିଯୋଗ କରିଛନ୍ତି ପରିବାର । କୌଣସି କାରଣକୁ ନେଇ ରବି ସସ୍ମିତାଙ୍କୁ ପିଟି ପିଟି ହତ୍ୟା କରିଥିବା ନେଇ ପରିବାର ପକ୍ଷରୁ ଦିଆଯାଇଥିବା ଏତଲାରେ ଉଲ୍ଲେଖ ରହିଛି । ଘଟଣାର ତଦନ୍ତ କରି ଅଭିଯୁକ୍ତ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠନ ନେବା ପାଇଁ ସସ୍ମିତାଙ୍କ ସମ୍ପର୍କୀୟମାନେ ଦାବି କରିଛନ୍ତି। ସେପଟେ ମୃତଦେହ ବ୍ୟବଚ୍ଛେଦ ପାଇଁ ନିକଟସ୍ଥ ମୁଖ୍ୟ ଚିକିତ୍ସାଳୟକୁ ଆଣି ରଖିବା ସହ ଏକ ମାମଲା ରୁଜୁ କରିଛି ପୋଲିସ । ଅଭିଯୋଗ ଆଧାରରେ ସ୍ଥାନୀୟ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । ନିଶାସକ୍ତ ଅବସ୍ଥାରେ ସ୍ତ୍ରୀକୁ ହତ୍ୟା ଏଭଳି ନିର୍ମମ ଭାବେ ହତ୍ୟା କରିବା ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଘଟଣାର ତଦନ୍ତ କରାଯାଇ ଅଭିଯୁକ୍ତ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରାଯାଇଛି ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button