ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ନବୀନ ଜିନ୍ଦଲ

ଭୁବନେଶ୍ଵର : ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନ ଠାରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ସାକ୍ଷାତ ଆଲୋଚନା ସମୟରେ ଓଡିଶାରେ କମ୍ପାନୀ ପକ୍ଷରୁ ଚାଲୁ ରହିଥିବା ପ୍ରକଳ୍ପ ଓ ଆଗାମୀ ଦିନରେ ହେବାକୁ ଥିବା ପ୍ରକଳ୍ପ ବିଷୟରେ ଆଲୋଚନା ହୋଇଥିଲା ।

ଓଡିଶାରେ ଶିଳ୍ପର ବିକାଶ ପାଇଁ ଜିନ୍ଦଲଙ୍କ ପ୍ରଚେଷ୍ଟାକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହିତ ଆଗାମୀ ସଂପ୍ରସାରଣ ପାଇଁ ଆବଶ୍ୟକୀୟ ସହଯୋଗ ଯୋଗାଇ ଦିଆଯିବ ବୋଲି କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ଏବେ କ୍ରୀଡା କ୍ଷେତ୍ରରେ ଏକ ଅଗ୍ରଣୀ ରାଜ୍ୟ । ଆମ ଗ୍ରାମାଞ୍ଚଳରେ ବହୁ ପ୍ରତିଭାବାନ କ୍ରୀଡା ପ୍ରତିଭା ଅଛନ୍ତି । ସେମାନଙ୍କ ପ୍ରତିଭାର ଉନ୍ମେଷ ନିମନ୍ତେ କମ୍ପାନୀ ପକ୍ଷରୁ ଅନୁଗୋଳ ଜିଲ୍ଲାରେ ଗୋଟିଏ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ଜିନ୍ଦଲଙ୍କୁ ପ୍ରସ୍ତାବ ଦେଇଥିଲେ । ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର’ର ଅଧ୍ୟକ୍ଷ ତଥା ସାଂସଦ ନବୀନ ଜିନ୍ଦଲ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟ ମୂଳକ ସାକ୍ଷାତ କରିଛନ୍ତି ।

Related Articles

Leave a Reply

Your email address will not be published. Required fields are marked *

Back to top button